www.samajalive.in
Saturday, December 6, 2025
19.1 C
Bhubaneswar

କିସିଣ୍ଡା ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

ନାକଟିଦେଉଳ : ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ କିସିଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ୭୫ତମ ବନ ମହାତ୍ସବ ସପ୍ତାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖଳାଶୁଣି ଅଭୟାରଣ୍ୟ କିସିଣ୍ଡା ବନ୍ୟପ୍ରାଣୀ ରେଞ୍ଜ ଏବଂ ଗିରିଶ୍ଚନ୍ଦ୍ରପୁର ବନାଞ୍ଚଳ ର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।  ଏହି ଅବସରରେ ବିଦ୍ୟାଳୟ ପରିସରରେ ବଉଳ,ପିଜୁଳି,ଅଁଳା ଏବଂ ଆଦି ବିଭିନ୍ନ ପ୍ରଜାତିର ୫୦ ଟି ଚାରା ରୋପଣ କରାଯାଇଥିଲା ।  କିସିଣ୍ଡା ବନ୍ୟ ପ୍ରାଣୀ ରେଞ୍ଜ ଅଧିକାରୀ ମହେନ୍ଦ୍ର କୁମାର ସାହୁ ଏଥିରେ ସଭାପତିତ୍ୱ କରିଥିଲେ ।  କିସିଣ୍ଡା ଗ୍ରମାପଞ୍ଚାୟତର ସରପଞ୍ଚ ରୀନା ନାଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ  କିସିଣ୍ଡା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ କୁମାର ପ୍ରଧାନ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ସାମ୍ପ୍ରତିକ ପରିସ୍ଥିତିରେ ବୃକ୍ଷ ର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ । ପରିବେଶ ସନ୍ତୁଳନ ଏବଂ ସୁସ୍ଥ ପରିବେଶ ପାଇଁ ବର୍ତ୍ତମାନ ବୃକ୍ଷ ହିଁ ଏକମାତ୍ର ବିକଳ୍ପ ବୋଲି ଆଲୋଚନା କରି ସମସ୍ତେ ପ୍ରତିବର୍ଷ ମାଆଙ୍କ ପାଇଁ ଗଛ ଟିଏ ଅଭିଯାନରେ ସାମିଲ ହୋଇ ଗଛ ଲଗାଇ ତାର ଯତ୍ନ ନେବା ଦିଗରେ ଗୁରୁତ୍ୱାରୋପ କରିଥିଲେ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories