ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ପୁରୀ: ପାଖେଇ ଆସୁଛି ମହାପ୍ରଭୁଙ୍କ ଘୋଷଯାତ୍ରା। ଏଥିପାଇଁ ପୁରୀରେ ଚାଲିଛି ପ୍ରସ୍ତୁତି। ଆଜି ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁରୀ ପୌର ସଦନରେ ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ସମୀକ୍ଷା ବୈଠକରେ ଯୋଗଦେବେ। ରଥ ନିର୍ମାଣ ଅଗ୍ରଗତି, ନୀତିକାନ୍ତି , ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପାନୀୟ ଜଳଯୋଗାଣ, ନୀରବିଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ସ୍ଵାସ୍ଥ୍ୟସେବା , ପରିମଳ ବ୍ୟବସ୍ଥା ଭଳି ସମସ୍ତ ଦିଗକୁ ଗୋଟି ଗୋଟି କରି ଅନୁଧ୍ୟାନ କରିବେ। ମୁଖ୍ୟମନ୍ତ୍ରୀ ସହ ଦୁଇ ଉପମୁଖ୍ୟମନ୍ତ୍ରୀ , ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ , ମୁଖ୍ୟ ଶାସନ ସଚିବ , ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ , ଜିଲ୍ଲାପାଳ , ଏସ୍ପି , ସେବାୟତଙ୍କ ସମେତ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଏଥିରେ ଯୋଗଦେବାର ସୂଚନା ରହିଛି। ସେପଟେ ରଥଯାତ୍ରାର ସୁପରିଚାଳନା ନିମନ୍ତେ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ତହସିଲଦାର, ବିଡିଓ, ପୌର ନିର୍ବାହୀ ଅଧିକାରୀ ପ୍ରମୁଖ ୯୦ ଜଣ ଏକଜିକ୍ୟୁଟିଭ୍ ମାଜିଷ୍ଟ୍ରେଟଙ୍କୁ ନିୟୋଜିତ କରିଛନ୍ତି ରାଜ୍ୟ ସରକାର ।
Comments are closed.