www.samajalive.in
Saturday, December 13, 2025
23.1 C
Bhubaneswar

ରଥଯାତ୍ରା ସାରା ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଧାର୍ମିକ ଓ ଆଧ୍ୟାତ୍ମିକ ପର୍ବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଆଜି ପୁରୀ ଟାଉନ ହଲଠାରେ ରଥଯାତ୍ରା ରାଜ୍ୟସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରଥଯାତ୍ରାର ସୁପରିଚାଳନା ପାଇଁ ସମସ୍ତ ସେବାୟତଗଣ, ପ୍ରଶାସନ, ବିଭିନ୍ନ ସାମାଜିକ ସଂଗଠନ ଓ ସ୍ଥାନୀୟ ଲୋକମାନଙ୍କର ସହଯୋଗ କାମନା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁ ଜଗନ୍ନାଥଙ୍କ ମୂଳ ସେବକ ହେଉଛନ୍ତି ଆଦିବାସୀ। ଜଣେ ଆଦିବାସୀ ଭାବେ ମୁଁ ନିଜକୁ ଜଗନ୍ନାଥଙ୍କ ନିକଟରେ ସମ୍ପୂର୍ଣ୍ଣ ଭାବେ ସମର୍ପିତ କରିଛି।

ସେ ପୁଣି କହିଲେ ଯେ ଜଗନ୍ନାଥ ହେଉଛନ୍ତି ଓଡିଆ ଜାତିର ପରିଚୟ ତାଙ୍କ ରଥଯାତ୍ରା ସାରା ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଧାର୍ମିକ ଓ ଆଧ୍ୟାତ୍ମିକ ପର୍ବ। ଏହାର ସୁପରିଚାଳନା ଆମ ସମସ୍ତଙ୍କ ଦାୟିତ୍ୱ। ତେଣୁ ସମସ୍ତେ ଦାୟିତ୍ୱବାନ ହୋଇ ଏହାକୁ ଅତ୍ୟନ୍ତ ନିଷ୍ଠା ସହକାରେ ସୂଚାରୁରୂପେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ।

- Advertisement -

ଯେହେତୁ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିବେ ।ସମସ୍ତଙ୍କ ମିଳିତ ସହଯୋଗରେ ରଥଯାତ୍ରା ସୁରୁଖୁରରେ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ପୁରୀର ଜନସାଧାରଣ, ମହାପ୍ରଭୁଙ୍କ ସେବାୟତ, ପ୍ରଶାସନ, ପୁଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ, ମହାପ୍ରଭୁଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ତ୍ରୁଟିଶୂନ୍ୟ ଭାବେ ପରିଚାଳନା କରି ସଫଳ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ।

ଏ ବର୍ଷ ଏକ ବିରଳ ରଥଯାତ୍ରା । ଏହି ଅବସରରେ ନୂଆ ସରକାର ଦାୟିତ୍ୱ ଗ୍ରହଣ କରିଥିବାରୁ ସେ ଖୁସି ପ୍ରକାଶ କରି କହିଥିଲେ ଯେ ଏ ବର୍ଷ ଦୁଇ ଦିନ ଧରି ରଥଟଣା କାର୍ଯ୍ୟକ୍ରମ ଥିବାରୁ ରଥଯାତ୍ରା ପରଦିନ ମଧ୍ୟ ଛୁଟି ରହିବ। ତେଣୁ ଜୁଲାଇ ୭ ତାରିଖ ସହିତ ଜୁଲାଇ ୮ ତାରିଖ ମଧ୍ୟ ଛୁଟି ଘୋଷଣା କରାଗଲା।

ଏହି ବୈଠକରେ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଅନ୍ୟ ମନ୍ତ୍ରୀ ଗଣ, ବିଧାୟକଗଣ, ମୁଖ୍ୟ ଶାସନ ସଚିବ, ବରିଷ୍ଠ ଅଧିକାରୀ, ମହାପ୍ରଭୁଙ୍କ ସେବାୟତଗଣ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories