www.samajalive.in
Friday, December 12, 2025
16.1 C
Bhubaneswar

କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦ ପକ୍ଷରୁ ବନ ମହୋତ୍ସବ

ଫୁଲବାଣୀ: କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର ମଧ୍ୟରେ କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦ ପକ୍ଷରୁ ଆଜି ୭୫ତମ ବନମୋହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନ୍ଧମାଳ ଜିଲାପାଳ ଆଶିଷ ଈଶ୍ଵର ପାଟିଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାରା ରୋପଣ କରିବା ସହିତ ଜୀବନ ବଞ୍ଚାଇବା ପାଇଁ ପ୍ରତ୍ୟେକ ମନୁଷ୍ୟ ଗୋଟିଏ ଗୋଟିଏ ବୃକ୍ଷ ରୋପଣ କରିବା ଓ ପରିବେଶ ସୁରକ୍ଷିତ ରଖିବାକୁ ପରାମର୍ଶ ଦେଇଥିଲେ ।

ଏହି ବୃକ୍ଷରୋପଣ କାର‌୍ୟକ୍ରମରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ମନୋଜ କୁମାର ଉପାଧ୍ୟାୟ, ଫୁଲବାଣୀ ବନଖଣ୍ଡ ଅଧିକାରୀ ପ୍ରଶାନ୍ତ କୁମାର ପଟେଲ,ସହକାରୀ ମୁଖ୍ୟ ଚିକିତ୍ସା ଅଧିକାରୀ ଡା ବିଜୟ କୁମାର ପଣ୍ଡା, କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦର ଦୁଇ ଉପସଭାପତି ସୁବାସ ଚନ୍ଦ୍ର ପ୍ରଧାନ ଓ ଶୁଭେନ୍ଦୁ ତ୍ରିପାଠୀ , ପରିଷଦର ସଦସ୍ୟ ରମେଶ ଚନ୍ଦ୍ର ପ୍ରଧାନ ଓ କାର୍ତ୍ତିକ ନାୟକ, ଜିଲା ଅପ।ଙ୍ଗ କେନ୍ଦ୍ରର ମୁଖ୍ୟ ଅକ୍ଷୟକୁମାର ପଣ୍ଡା ଚିକିତ୍ସାଳୟର କର୍ମଚାରୀ ମନୋଜ ପଣ୍ଡାଙ୍କ ସହିତ ମ୍ୟାନେଜର ପ୍ରମୁଖ ଯୋଗ ଦେଇ ବୃକ୍ଷ ରୋପଣ କରିଥିଲେ।ଏଥିରେ ଶତାଧିକ ବୃ୍ଷରୋପଣ କରାଯାଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories