www.samajalive.in
Saturday, December 6, 2025
16.1 C
Bhubaneswar

ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ତହସିଲଦାର

ନୟାଗଡ: ମହଙ୍ଗା ପଡିଲା ଲାଞ୍ଚ ନେବା। ଭିଜିଲାନ୍ସ ଜାଲରେ ପଡିଲେ ତହସିଲଦାର। ନୟାଗଡ ଜିଲ୍ଲା ଖଣ୍ଡପଡା ତହସିଲଦାରଙ୍କ ଘରେ ଚଢାଉ ହୋଇଛି। ଧୋବେଇ ନାୟକଙ୍କ ଭାପୁର ଏବଂ ଭୁବନେଶ୍ଵରସ୍ଥିତ ବାସଭବନରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି। ତହସିଲ ଅଫିସର ଜଣେ କର୍ମଚାରୀ ପ୍ରସନ୍ନ ସାହୁଙ୍କୁ ଗିରଫ କରାଯିବା ପରେ ଚଢାଉ କରାଯାଇଛି। କର୍ମଚାରୀ ଜଣକ ଏକ ବାଲି ବୋଝେଇ ଟ୍ରକକୁ ଛାଡିବାକୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏତିକି ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଥିଲା। ପ୍ରସନ୍ନ ତହସିଲଦାରଙ୍କ ପାଇଁ ଏହି ଟଙ୍କା ନେଉଥିବା ସ୍ବୀକାର କରିବାପରେ ଭିଜିଲାନ୍ସ ଟିମ୍ ଧୋବେଇ ନାୟକଙ୍କ ଭାପୁର ଭଡ଼ାଘର ଏବଂ ଭୁବନେଶ୍ବର ଘର ସମେତ ୩ଟି ସ୍ଥାନରେ ଚଢ଼ଉ ଜାରି ରଖିଥିବା ସ୍ପଷ୍ଟ ହୋଇଛି।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories