www.samajalive.in
Saturday, December 6, 2025
19.1 C
Bhubaneswar

ରକ୍ତ ଶିକୁଳି ନିରାକରଣ ସଚେତନତା ଅଭିଯାନ ଉଦଯାପିତ

ଫୁଲବାଣୀ: ରକ୍ତ ଶିକୁଳି ରୋଗର ନିରାକରଣ ସଚେତନତା ଅଭିଯାନର ଉଦଯାପନୀ ସଭା ଫୁଲବାଣୀ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଆୟୋଜିତ ହୋଇଯାଇଛି। ଏହି କାର୍ୟ୍ୟକ୍ରମ ଯୁବ ରେଡକ୍ରସ୍ ଏବଂ ଜାତୀୟ ସେବା ଯୋଜନା ୟୁନିଟ୍ ସମନ୍ୱୟରେ ଜିଲ୍ଲା ସାର୍ବଜନୀନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କଲ୍ୟାଣୀ ମିଶ୍ର ମୁଖ୍ୟ ବକ୍ତା ଏବଂ ଡାକ୍ତର ସବିତା ନାୟକ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି ସଭାର ସଭାପତି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ସୁବାଶ ଚନ୍ଦ୍ର ପ୍ରଧାନ ବକ୍ତବ୍ୟ ରଖିଥିଲେ। ସଚେତନତା କାର୍ୟ୍ୟକ୍ରମରେ, ରକ୍ତ ଶିକୁଳି ରକ୍ତହୀନତା ରୋଗ ସମ୍ପର୍କିତ ତଥ୍ୟ ଓ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଉପସ୍ଥିତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories