www.samajalive.in
Friday, December 5, 2025
20.1 C
Bhubaneswar

ସୁସ୍ଥ ହେଲେ ମହାପ୍ରଭୁ: ଆଜି ତ୍ରୟୋଦଶୀ ତିଥିରେ ଲାଗି ହେବ ଘଣା ଓ ଖଳି ପ୍ରସାଦ

ପୁରୀ :ମହାପ୍ରଭୁଙ୍କ ଅଣସରର ଆଜି ତ୍ରୟୋଦଶୀ ତିଥି। ଆଜି ଶ୍ରୀଜିଉଙ୍କର ଘଣା ଓ ଖଳି ପ୍ରସାଦ ନୀତି କରାଯିବ। ସୁଦ୍ଧ ସୁଆରଙ୍କ ଘରଠାରୁ ଘଣ୍ଟ, ଛତା , କାହାଳୀ ସହ ଖଳି ପ୍ରସାଦ ଶ୍ରୀମନ୍ଦିରକୁ ବିଜେ କରାଯିବ। ସୁଦ୍ଧ ସୁଆରଙ୍କ ଦ୍ଵାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୂପା ପିଙ୍ଗଣରେ ରଖି ଦଇତାପତି ସେବକ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିବେ। ଖଳି ଲାଗି ପୂର୍ବରୁ ସମ୍ପନ୍ନ ହେବ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି। ତାପୂର୍ବରୁ ନୂତନ ବିଗ୍ରହଙ୍କୁ ଗୋପନ ସେବାରେ ଦଇତା ଓ ପତି ମହାପାତ୍ର ସେବକମାନେ ଏକ ସ୍ଵତନ୍ତ୍ର  ଣୈଳୀରେ ବସ୍ତ୍ର ଆବରଣ କରିବେ। ନବ ଯୌବନ ଦର୍ଶନ ପୂର୍ବରୁ ଶ୍ରୀବିଗ୍ରହ ମାନଙ୍କ ଶ୍ରୀଅଙ୍ଗରେ ଶେଷ ଦଫାରେ ବିଳମ୍ବିତ ରାତିରେ ଖଳି ଲାଗି କରାଯିବ। ଏହି ଖଳିକୁ ସୁଦ୍ଧ ସୁଆର ମାନେ ନିଜ ନିଜ ବାସଭବନରେ ଶୁଦ୍ଧପୁତ୍ତ ଭାବେ ପ୍ରସ୍ତୁତ କରିଥାନ୍ତି।  ଆଗାମୀ ୭ ତାରିଖ ଦିନ ଠାକୁରଙ୍କ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଏବଂ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବ। ଜ୍ୟେଷ୍ଠ ଶୁକ୍ଳ ପୂର୍ଣ୍ଣିମା ତିଥିରେ ଗତ ମାସ ୨୨ରେ ପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଥିଲା। ୧୦୮ ଗଡୁ ଜଳରେ ପ୍ରତ୍ୟକ୍ଷ ସ୍ନାନ କରିଥିଲେ ମହାପ୍ରଭୁ। ସ୍ନାନମଣ୍ଡପରୁ ଫେରିବା ପରେ ପ୍ରଭୁ ଜ୍ୱରରେ ପୀଡ଼ିତ ହୋଇଥିଲେ। ସେବେଠାରୁ ଶ୍ରୀମନ୍ଦିର ଅନବସର ଘରେ ପ୍ରଭୁଙ୍କ ଗୁପ୍ତସେବା ଅନୁଷ୍ଠିତ ହେଉଛି। ଜ୍ବର ପୀଡ଼ା ଲାଘବ ପାଇଁ ଗତ ୨୭ ରେ ପ୍ରଭୁଙ୍କ ଶ୍ରୀଅଙ୍ଗରେ ଫୁଲୁରି ତେଲ ଲାଗି କରାଯାଇଥିଲା। ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ମହୋଷଧି ମଙ୍ଗଳବାର ପ୍ରଭୁ ସେବନ କରିଥିଲେ। ଏବେ ଦାରୁବ୍ରହ୍ମ ସମ୍ପୂର୍ଣ୍ଣ ସୁସ୍ଥ ହୋଇଥିବାରୁ ଭକ୍ତଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ରଥ ଉପରେ ପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ପରିଲକ୍ଷିତ ହୋଇଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories