www.samajalive.in
Saturday, December 6, 2025
15.1 C
Bhubaneswar

ଫୁଲବାଣୀ କେନ୍ଦ୍ରୀୟ ବିଦ୍ୟାଳୟରେ ବନ ମହୋତ୍ସବ

ଫୁଲବାଣୀ: ଫୁଲବାଣୀ ବନଖଣ୍ଡ ପକ୍ଷରୁ ସ୍ଥାନୀୟ ପିଏମ୍‌ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ୭୫ ତମ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଅଧ୍ୟକ୍ଷ ନରେଶ ଜିନାତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଫୁଲବାଣୀ ବିଧାୟକ ଉମା ଚରଣ ମଲିକ ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥିଭାବେ କନ୍ଧମାଳ ଜିଲାପାଳ ଆଶିଷ୍‌ ଇଶ୍ୱର ପାଟିଲ‌, ଫୁଲବାଣୀ ବନଖଣ୍ଡ ଅଧିକାରୀ ପ୍ରଶାନ୍ତ ପଟେଲ୍‌, ମୁଖ୍ୟ ଚିକିତ୍ସାଧିକାରୀ ମନୋଜ କୁମାର ଉପାଧ୍ୟାୟ, ଏସିଏଫ୍‌ ମଳୟ କାଲୋ, ବନାଞ୍ଚଳ ଅଧିକାରୀ ଶିବରାମ ଲେଙ୍କା ପ୍ରମୁଖ ଯେଗଦେଇ ବୃକ୍ଷ ରୋପଣର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ବନ ବିଭାଗ ପକ୍ଷରୁ ବୃକ୍ଷରୋପଣ ସହ ପରିବେଶ ସୁରକ୍ଷା ନେଇ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏକ ସଚେତନତା ରଥକୁ ମୁଖ୍ୟଅତିଥି ସବୁଜ ପତକା ଦେଖାଇ ଉଦଘାଟନ କରିଥିଲେ । ସେହିପରି ଲୋକଙ୍କୁ ସୁବିଧାରେ ଓ ସୁଲଭ ମୂଲ୍ୟରେ ମାତ୍ର ୧ ଟଙ୍କାରେ ଚାରା ଯୋଗାଇ ଦିଆଯିବା ଲାଗି ବନାଞ୍ଚଳ କାର୍ଯ୍ୟାଳୟ ସମ୍ମୁଖରେ ଏକ ଚାରା ବିକ୍ରୟ କେନ୍ଦ୍ରର ଶୁଭାରମ୍ଭ ହୋଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବନପାଳ ସରୋଜ ମିଶ୍ରଙ୍କ ସମେତ ବନ ବିଭାଗର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories