www.samajalive.in
Saturday, December 6, 2025
26.1 C
Bhubaneswar

୭ରେ ଶପଥ ନେବେ ହେମନ୍ତ ସୋରେନ

ସମାଜ ଡିଜିଟାଲ ଡେସ୍କ: ପୁଣି ନିଜ ଆସନକୁ ଫେରିବେ ହେମନ୍ତ ସୋରେନ। ଜୁଲାଇ ୭ରେ ସେ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ ସହ ଅନେକ ମନ୍ତ୍ରୀ ମଧ୍ୟ ଶପଥ ନେବେ ବୋଲି କୁହାଯାଉଛି। ସରକାର ଗଠନର ସମସ୍ତ ପ୍ରକ୍ରିୟା ପୁରା ହୋଇଥିବା ଜଣାପଡ଼ିଛି।

ଗୋଟିଏ ଦିନ ପୂର୍ବରୁ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ) ପକ୍ଷରୁ ବୁଧବାର ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ହେମନ୍ତଙ୍କୁ ପୁନର୍ବାର ମୁଖ୍ୟମନ୍ତ୍ରୀ କରାଯିବା ନେଇ ନିଷ୍ପତ୍ତି ହୋଇଥିଲା। ଏହି ବୈଠକରେ ମେଣ୍ଟ ଦଳର ସମସ୍ତ ନେତା ଏବଂ ବିଧାୟକମାନେ ଉପସ୍ଥିତ ଥିଲେ। ସର୍ବସମ୍ମତିକ୍ରମେ ହେମନ୍ତଙ୍କୁ ବିଧାୟକ କରାଯିବା ନେଇ ସ୍ଥିର ହୋଇଥିଲା। ହେମନ୍ତଙ୍କୁ ବିଧାୟକଦଳ ନେତା ଭାବେ ଚୟନ ମଧ୍ୟ କରାଯାଇଥିଲା। ଏହାପରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ନିଜ ପଦରୁ ଇସ୍ତଫା ଦେଇଥିଲେ। ସୂଚନାଯୋଗ୍ୟ, ଜମି ଦୁର୍ନୀତି ମାମଲାରେ ହେମନ୍ତଙ୍କୁ ଗତ ଫେବୃୟାରୀରେ ଗିରଫ କରାଯାଇଥିଲା। ଏହି ମାମଲାରେ ତାଙ୍କୁ ଜାମିନ ମିଳିବା ପରେ ଗତ ଜୁନ ୨୮ରେ ସେ ଜେଲରୁ ମୁକୁଳିଥିଲେ।

- Advertisement -

 

 

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories