www.samajalive.in
Saturday, December 6, 2025
15.1 C
Bhubaneswar

ବଡ଼ଶଙ୍ଖରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ହେବନି ସ୍ଥାୟୀ ନିର୍ମାଣ, ରଥଯାତ୍ରାରେ ପଡିପାରିବନି ବ୍ୟବସାୟିକ ଷ୍ଟଲ୍

କଟକ : ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ବରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରି କି ବ୍ୟାବସାୟିକ ଉଦେଶ୍ୟରେ କୌଣସି ଅସ୍ଥାୟୀ ନିର୍ମାଣ ପାଇଁ ମଧ୍ୟ ଅନୁମତି ମିଳିବ ନାହିଁ ବୋଲି ଉଚ୍ଚ ନ୍ୟାୟାଳୟ ନିର୍ଦେଶ ଦେଇଛନ୍ତି। ଆବେଦନକାରୀ ରଜତ କୁମାର ସାହୁଙ୍କ ପକ୍ଷରୁ ଆଗତ ଜନସ୍ବାର୍ଥ ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଏବଂ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ବୁଧବାର ପୁରୀ ପୌରସଂସ୍ଥାକୁ ଉକ୍ତ ନିର୍ଦେଶ ଦେଇଛନ୍ତି। ଏହାକୁ କଡ଼ାକଡ଼ି ପାଳନ କରିବା ପାଇଁ ମଧ୍ୟ ନ୍ୟାୟାଳୟ ଆଦେଶରେ ସ୍ପଷ୍ଟ କରିଛନ୍ତି। ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ପୌରସଂସ୍ଥା ପକ୍ଷରୁ ଅସ୍ଥାୟୀ ଷ୍ଟଲ୍‌‌ ଖୋଲିବା ଲାଗି ଟେଣ୍ଡର କରାଯାଇଥିଲା। ଏହାକୁ ବିରୋଧ କରି ଆବେଦନକାରୀ ଉଚ୍ଚ ନ୍ୟାୟାଳୟଙ୍କ ଦ୍ବାରସ୍ଥ ହୋଇଥିଲେ। ପୁରୀକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା ଜାତୀୟ ରାଜପଥ ଭାବେ ଘୋଷଣା କରାଯାଇଥିବାରୁ ଏହା ପାର୍ଶ୍ବରେ କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଅନୁମତି ଆବଶ୍ୟକ। ରାଜପଥ କର୍ତ୍ତୃପକ୍ଷଙ୍କ ବିନା ଅନୁମତିରେ କୌଣସି ଅସ୍ଥାୟୀ ନିର୍ମାଣ ବା ବ୍ୟାବସାୟିକ ଷ୍ଟଲ ଖୋଲାଯାଇପାରିବ ନାହିଁ ବୋଲି ନିୟମ ରହିଥିବା ଆବେଦନକାରୀ ଦର୍ଶାଇଥିଲେ। ମାମଲାରେ ପକ୍ଷ ରଖିବାକୁ ଯାଇ ପୁରୀ ପୌରସଂସ୍ଥା ପକ୍ଷରୁ ମଙ୍ଗଳବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଥିଲା। କୌଣସି ପ୍ରକାର ଅସ୍ଥାୟୀ ଷ୍ଟଲ ବା ନିର୍ମାଣ କରାଯିବ ନାହିଁ ବୋଲି ସତ୍ୟପାଠରେ ଦର୍ଶାଯାଇଥିଲା। ନ୍ୟାୟାଳୟ ସତ୍ୟପାଠକୁ ଗ୍ରହଣ କରିବା ସହିତ ମାମଲାର ଅନ୍ତ ଘଟାଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories