www.samajalive.in
Tuesday, December 9, 2025
16.1 C
Bhubaneswar

୨୦୨୩-୨୪ରେ ପ୍ରତିରକ୍ଷା ଉତ୍ପାଦ ମୂଲ୍ୟରେ ସର୍ବାଧିକ ଅଭିବୃଦ୍ଧି ହାସଲ କଲା ଭାରତ

ଡେସ୍କ: ୨୦୨୩-୨୪ରେ ପ୍ରତିରକ୍ଷା ଉତ୍ପାଦ ମୂଲ୍ୟରେ ଭାରତ ସର୍ବାଧିକ ଅଭିବୃଦ୍ଧି ହାସଲ କରିଛି। ୨୦୨୩-୨୪ରେ ଉତ୍ପାଦନ ମୂଲ୍ୟ ପାଖାପାଖି ଏକ ଲକ୍ଷ ୨୬ ହଜାର ୮୮୭ କୋଟିରେ ପହଞ୍ଚିଛି, ଯାହା ପୂର୍ବ ଆର୍ଥିକ ବର୍ଷର ଉତ୍ପାଦନ ମୂଲ୍ୟ ତୁଳନାରେ ୧୬.୮% ଅଧିକ। ଆଜି ଏକ ସାମାଜିକ ଗଣମାଧ୍ୟମ ପୋଷ୍ଟରେ ଏ ସମ୍ପର୍କରେ ସୂଚନା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ମେକ୍ ଇନ୍ ଇଣ୍ଡିଆ କାର୍ଯ୍ୟକ୍ରମ ବର୍ଷକୁ ବର୍ଷ ନୂଆ ମାଇଲଖୁଣ୍ଟ ଅତିକ୍ରମ କରୁଛି। ଶ୍ରୀ ସିଂହ ପ୍ରତିରକ୍ଷା ରାଷ୍ଟ୍ରାୟତ୍ତ ଉଦ୍ୟୋଗ, ପ୍ରତିରକ୍ଷା ସାମଗ୍ରୀ ଉତ୍ପାଦନ କରୁଥିବା ଅନ୍ୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଏବଂ ଘରୋଇ ଉଦ୍ୟୋଗ ସମେତ ଶିଳ୍ପକୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଥିଲେ ଯେ ଭାରତକୁ ଅଗ୍ରଣୀ ବିଶ୍ୱ ପ୍ରତିରକ୍ଷା ଉତ୍ପାଦନ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ଅଧିକ ଅନୁକୂଳ ବ୍ୟବସ୍ଥା ସୃଷ୍ଟି କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories