www.samajalive.in
Sunday, December 7, 2025
26.1 C
Bhubaneswar

ନବନିଯୁକ୍ତ ଓଡିଶା ପ୍ରଭାରୀ ବିଜୟ ପାଲ ସିଂହ ତୋମାର ଏବଂ ସହ-ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡିଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ରାଜ୍ୟ ସଭାପତି

ଭୁବନେଶ୍ୱର: ମାନନୀୟ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଜୀଙ୍କ ଦ୍ୱାରା ଓଡିଶା ସମେତ ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହ-ପ୍ରଭାରୀ ନାମ ତାଲିକା ଘୋଷଣା କରିଛନ୍ତି । ଓଡିଶା ପ୍ରଭାରୀ ଭାବେ ବିଜୟ ପାଲ ସିଂହ ତୋମାର ଏବଂ ସହ-ପ୍ରଭାରୀ ଭାବେ ସୁଶ୍ରୀ ଲତା ଉସେଣ୍ଡିଙ୍କୁ ନିଯୁକ୍ତି ମିଳିଛି । ଉଭୟଙ୍କୁ ରାଜ୍ୟ ସଭାପତି ମନମୋହନ ସାମଲ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।
ଉଭୟ ବିଜୟ ପାଲ ସିଂହ ତୋମାର ଏବଂ ସହ-ପ୍ରଭାରୀ ଭାବେ ସୁଶ୍ରୀ ଲତା ଉସେଣ୍ଡିଙ୍କ ମାର୍ଗଦର୍ଶନରେ ଭାରତୀୟ ଜନତା ପାର୍ଟୀ ଓଡିଶାରେ ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିଛି । ପୁନର୍ବାର ଉଭୟଙ୍କ ମାର୍ଗଦର୍ଶନରେ ରାଜ୍ୟରେ ଦଳୀୟ ସଂଗଠନ ଆହୁରି ଅଧିକ ସୁଦୃଢ ହେବ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।
ସେହିପରି କେରଳ ରାଜ୍ୟ ସହ-ପ୍ରଭାରୀ ଭାବେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଏବଂ ଉତର-ପୂର୍ବ ରାଜ୍ୟସମୁହ ସଂଯୋଜକ ଭାବେ ପୁରୀ ସାଂସଦ ଡ.ସମ୍ବିତ ପାତ୍ରଙ୍କୁ ନିଯୁକ୍ତି ମିଳିଥିବାରୁ ରାଜ୍ୟ ସଭାପତି ଶ୍ରୀ ସାମଲ ଉଭୟଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories