www.samajalive.in
Friday, December 5, 2025
27.1 C
Bhubaneswar

ଶରଧାବାଲିରେ ସଫେଇ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ: କହିଲେ ସ୍ଵଚ୍ଛତା ଓ ସଚେତନତା ପାଇଁ କାର୍ଯ୍ୟକ୍ରମ

ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କର ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ସମସ୍ତେ ପ୍ରସ୍ତୁତ। ଦେଶର କୋଣ ଅନୁକୋଣରୁ ଲକ୍ଷାଧିକ ଭକ୍ତଙ୍କର ପୁରୀକୁ ସୁଅ ଛୁଟୁଥିବା ଦେଖିବାକୁ ମିଳିଛି। ଏହାରି ମଧ୍ୟରେ ରଥଯାତ୍ରା ପୂର୍ବରୁ ଆଜି ପୁରୀ ଶରଧାବାଲିରେ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ସ୍ଵଚ୍ଛ ଭାରତ ଅଭିଯାନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଝାଡୁ ମାରି ମୁଖ୍ୟମନ୍ତ୍ରୀ ସଫେଇ କାର୍ଯ୍ୟ କରିଛନ୍ତି। ଦୁଇ ଉପମୁଖ୍ୟମନ୍ତ୍ରୀ ମଧ୍ୟ ତାଙ୍କ ସହ ସାମିଲ ରହିଥିଲେ। ଅନ୍ୟପଟେ ସଫେଇ କାର୍ଯ୍ୟକ୍ରମ ପରେ ମୁଖ୍ୟମନ୍ତ୍ରୀ ନିଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ରଥଯାତ୍ରାରେ ମହାପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇ ମାଉସୀ ଘର ଆସିବେ । ରଥଯାତ୍ରା ପୂର୍ବରୁ ସଫେଇ କରିବା ଏବଂ ପବିତ୍ର ଆଣିବା ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ। ସେଥିପାଇଁ ସରକାରଙ୍କ ପକ୍ଷରୁ ସ୍ଵଚ୍ଛ ଅଭିଯାନ କାର୍ଯ୍ୟକ୍ରମ କରାଯାଇଛି। ଆସନ୍ତାକାଲି ଘୋଷଯାତ୍ରା ଥିବାରୁ ପୁରୀକୁ ଲକ୍ଷାଧିକ ଲୋକ ଆସିବେ । ତେଣୁ ବ୍ୟାପକ ସଚେତନ ପାଇଁ ଏହି କାର୍ଯ୍ୟକ୍ରମ ରଖାଯାଇଥିଲା। ଶ୍ରଦ୍ଧାଳୁ ନିଜେ ଆଗ୍ରହର ସହ ପ୍ରଶାସନ ସହ ମିଶି ସ୍ଵଚ୍ଛତା ରଖିବା ଉଚିତ୍।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories