www.samajalive.in
Sunday, December 7, 2025
13.1 C
Bhubaneswar

ବିଭିନ୍ନ ସ୍ଥାନରେ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋତ୍ସବ ପାଳନ

ଭୁବନେଶ୍ୱର : ଆଜି ଦୈନିକ ଖବର କାଗଜ ‘ସମାଜ’ର ପ୍ରତିଷ୍ଠାତା ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବା ଏହି ଅବସରରେ ବିଭିନ୍ନ ଜିଲାରେ ତିଳତର୍ପଣ ଓ ମାଲ୍ୟାର୍ପଣ ସହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ବାଲେଶ୍ୱରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ତିଳତର୍ପଣ ଓ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ, ପୂର୍ବତନ ସାଂସଦ ଇଂ ରବିନ୍ଦ୍ର ଜେନା, ରେମୁଣା ଓ ବସ୍ତା ବିଧାୟକ ଓ ବାଲେଶ୍ଵର ବିଧାୟକ, ଜିଲ୍ମା ପରିଷଦ ସଭାପତିଙ୍କ ସମେତ ଅନ୍ୟ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ସମ୍ବଲପୁରରେ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ତିଳ ତର୍ପଣ ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।
ସେହିପରି ଦେଉଳବେଡ଼ା କୋଲିୟରୀ ମଡେଲ ନୋଡାଲ ଉଚ୍ଚ ବିଦ୍ୟାଳୟ, ତାଳଚେର ଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଛି।
ଏହି ଅବସରରେ ଦୈନିକ ଖବର କାଗଜ ‘ସମାଜ’ର କୋରାପୁଟ ସଂସ୍କରଣ ପକ୍ଷରୁ ଜୟପୁର ରକ୍ତଭଣ୍ଡାର ପରିସରରେ ରକ୍ତଦାନ ଶିବିର ମଧ୍ୟ ଅନୁଷ୍ଠିତ ହୋଇଛି।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories