www.samajalive.in
Saturday, December 6, 2025
15.1 C
Bhubaneswar

ଗଞ୍ଜାମରେ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧ ଦିବସ ପାଳିତ

ଗଞ୍ଜାମ : ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧ ଦିବସ ଗଞ୍ଜାମ ଏନଏସି ଅନ୍ତର୍ଗତ ମଧ୍ୟଖଣ୍ଡ ସାହି ସ୍ଥିତ ଏକ୍ସବୋର୍ଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳନ ହୋଇଯାଇଛି। ଗଞ୍ଜାମ ପ୍ରେସ କ୍ଳବ ସଭାପତି ଶବର କୁମାର ତରାଇଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା।
ଏହି  କାର୍ଯ୍ୟକ୍ରମରେ ବରିଷ୍ଠ ସମାଜସେବୀ ବିନୋଦ ଚନ୍ଦ୍ର ମହାପାତ୍ର, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋପାଳ ବେହେରା, ଓଡିଶା ସାମ୍ବାଦିକ ସଙ୍ଘ ଗଞ୍ଜାମ ଜିଲ୍ଲା ସଭାପତି ଉମାକାନ୍ତ ବେହେରା, ଗଞ୍ଜାମ ପ୍ରେସ କ୍ଳବ ସମ୍ପାଦକ ବିଦ୍ୟାଧର ସାହୁ, ସାମ୍ବାଦିକ ବଟକୃଷ୍ଣ ରାଉଳ, ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଭବାନୀ ଶଙ୍କର ପଟ୍ଟନାୟକ ପ୍ରମୁଖ ଯୋଗ ଦେଇ ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ସ୍ମୃତି ଚାରଣ କରିବା ସହ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ସୁରେନ୍ଦ୍ର କୁମାର ପଲାଇ ସୁଜ୍ଞାନୀ ତ୍ରିପାଠୀ, କୁନି ମହାନ୍ତି, ଗାୟତ୍ରୀ ବେହେରା, ହେମାଙ୍ଗିନୀ ବେହେରା, ସ୍ବେଛାସେବୀ ପପୁନ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଥିଲେ। ସ୍କୁଲର ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories