www.samajalive.in
Monday, December 8, 2025
20.1 C
Bhubaneswar

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭାରତୀୟ ବାୟୁସେନାର ସ୍ବତନ୍ତ୍ର ବିମାନଯୋଗେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଜ୍ୟପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିମାନବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିଥିଲେ। ୪ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋବାର୍ଷିକୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଆଜି ରାଜଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାତ୍ରୀ ଯାପନ କରିବେ ବୋଲି ଜଣାପଡ଼ିଛି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠାରୁ ୪ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ‌ସେ ‌ଓଡ଼ିଶାରେ ରହିବାର କାର୍ଯ୍ୟକ୍ରମ ରହିଛି। ଶନିବାର ସନ୍ଧ୍ୟାରେ ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଥିଲେ। ଆଜି ରାଜଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାତ୍ରୀ ଯାପନ କରିବେ ବୋଲି ସୂଚନା ମିଳିଛି।

- Advertisement -

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପ୍ରଶାସନ ତତ୍ପର ହୋଇପଡିଛି। ଜୟଦେବ ଭବନ ମଧ୍ୟ ସଜେଇ ହୋଇଛି। କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତି ରାଜଭବନରେ ରାତ୍ରି ଯାପନ କରିବେ। ୭ତାରିଖ ସକାଳେ ବାୟୁସେନାର ସ୍ବତନ୍ତ୍ର ହେଲିକେପ୍ଟରରେ ସେ ପୁରୀ ଯିବେ। ଏହାକୁ ଦୃଷ୍ଟିରେ ରଖି କମିସନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
କମିସନରେଟ ପୁଲିସ ପକ୍ଷରୁ ଶୁକ୍ରବାର ଅପରାହ୍ଣ ୪ ଟାରେ କାରକେଡ଼ ରିହାରସାଲ କରାଯାଇଥିଲା। ବ୍ଲୁ -ବୁକ୍ ଅନୁଯାୟୀ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଗସ୍ତ ସମୟରେ ସମସ୍ତ ମାର୍ଗକୁ ନୋ ଫ୍ଲାଇଂ ଜୋନ ଘୋଷଣା କରାଯାଇଛି।

ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସମସ୍ତ ରାସ୍ତାକୁ ବନ୍ଦ କରାଯିବ। ରାଷ୍ଟ୍ରପତିଙ୍କ ସ୍ବତନ୍ତ୍ର ସୁରକ୍ଷା ବାହିନୀ ସହ ରାଜ୍ୟ ପୁଲିସ ଦଳ ଏହି ସୁରକ୍ଷା ବ୍ୟବସ୍ଥାରେ ସାମିଲ ହୋଇଛନ୍ତି। କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ରାସ୍ତାରେ ଟ୍ରାଫିକ ଓ ସୁରକ୍ଷା ବ୍ୟବସ୍ଥା ନିମନ୍ତେ ବହୁ ପୁଲିସ ଅଧିକାରୀ ତଥା ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି। ରୁଫଟପ୍ ସାର୍ପ ସୁଟର ସଜାଗ ରହିବେ। ସେହିପରି ପୁରୀ ଗସ୍ତ ପାଇଁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱରରେ ଉପାୟୁକ୍ତ ପ୍ରତୀକ ସିଂହ ସୁରକ୍ଷା ଦାୟିତ୍ୱରେ ରହିଛନ୍ତି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories