ଲକ୍ଷ୍ମୀପୁରରେ ଉତ୍କଳମଣିଙ୍କ ଶ୍ରାଦ୍ଧୋତ୍ସବ ପାଳିତ

ଲକ୍ଷ୍ମୀପୁର: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକର ସାଙ୍ଗାନା ଉଚ୍ଚବିଦ୍ୟାଳୟରେ ଉତ୍କଳରମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ ତମ ଶ୍ରାଦ୍ଧୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ଉପସ୍ଥିତ ଅତିଥି ମାନେ ଉତ୍କଳମଣିଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ପରେ ଏକ ସଭାର ଆୟୋଜନ ହୋଇଥିଲା। ବିଜ୍ଞାନ ଶିକ୍ଷକ ଗୋଲକ ଚନ୍ଦ୍ର ଲେଙ୍କା ଏଥିରେ ଅଧକ୍ଷତା ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟ ଅତିଥି ଓ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ମାନସ କୁମାର ମୁଖାର୍ଜୀ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଶିକ୍ଷକ ଫକୀର ମୋହନ ସାହୁ ଯୋଗ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ମାଧବ କର୍କରା, ସମାଜ ସମ୍ବାଦିକ ଶରତ ନାୟକ, ସାମ୍ବାଦିକ ପରମେଶ୍ବର ସାହୁ ପ୍ରମୁଖ ମଞ୍ଚାସୀନ ହୋଇ ଗୋପବନ୍ଧୁଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ।

Comments are closed.