www.samajalive.in
Sunday, December 7, 2025
23.1 C
Bhubaneswar

ଗୃହଋଣ ଉପରେ ସୁଧ ରିଆତି ଯୋଜନା ସୀମା ବଢ଼ିଲା

ନୂଆଦିଲ୍ଲୀ: ଗୃହଋଣ ଉପରେ ସୁଧ ରିଆତି ଯୋଜନା ଅବଧିକୁ କେନ୍ଦ୍ର ସରକାର ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ସହରାଞ୍ଚଳରେ ବାର୍ଷିକ ୬ ଲକ୍ଷରୁ ୧୮ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟବର୍ଗ କେନ୍ଦ୍ର ସରକାରଙ୍କଠାରୁ ନେଉଥିବା ୨.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଗୃହ ଋଣ କ୍ଷେତ୍ରରେ ଏହି ଯୋଜନା କାର୍ଯ୍ୟକାରୀ ହେବ। ଏ ସମ୍ପର୍କରେ କେନ୍ଦ୍ର ଗୃହ ମନ୍ତ୍ରୀ ହରଦୀପ ସିଂହ ପୁରୀ କହିଛନ୍ତି ଯେ ଦେଶର ସାମଗ୍ରିକ ବିକାଶକୁ ଦୃଷ୍ଟିରେ ରଖି ଉପରୋକ୍ତ ପଦକ୍ଷେପ ନିଆଯାଇଛି। ଏ ପର୍ଯ୍ୟନ୍ତ ୯୩ ହଜାର ହିତାଧିକାରୀ ଏହି ଯୋଜନାରେ ୧,୯୬୦ କୋଟି ଟଙ୍କାର ସୁଧ ରିଆତି ଲାଭ କରିଥିବା ବେଳେ ଚଳିତ ବର୍ଷ ଶେଷ ସୁଦ୍ଧା ହିତାଧିକାରୀଙ୍କ ସଂଖ୍ୟା ୧ ଲକ୍ଷରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି। ୨୦୧୬, ଡିସେମ୍ବର ୩୧ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଯୋଜନା ବିଷୟରେ ଘୋଷଣା କରିଥିବା ବେଳେ ଶେଷ ତାରିଖ ୨୦୧୯ ମାର୍ଚ୍ଚ ୩୧ ତାରିଖ ଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories