www.samajalive.in
Sunday, December 7, 2025
15.1 C
Bhubaneswar

ଆସାମରେ ବନ୍ୟା: ୭୨ ମୃତ, ୨୪ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

ନୂଆଦିଲ୍ଲୀ: ଆସାମରେ ପ୍ରଳୟଙ୍କରୀ ବନ୍ୟା। ଚଳିତବର୍ଷ ଶୀଘ୍ର ମୌସୁମୀ ପ୍ରବେଶ କରିବାରୁ ଆସାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବ୍ରହ୍ମପୁତ୍ର, ବରାକ, କୋପିଲି ଭଳି ପ୍ରମୂଖ ନଦୀରେ ବନ୍ୟା ଜଳ ଉଛୁଳୁଥିବାରୁ ଉତ୍ତରପୂର୍ବ ରାଜ୍ୟର  ପ୍ରାୟ ୧୮ ଜିଲ୍ଲାରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଶନିବାର ସୁଦ୍ଧା ୩୦ ଜିଲ୍ଲାର ପ୍ରାୟ ୨୪ଲକ୍ଷରୁ ଅଧିକ ଲୋକ ଏଥିରେ ପ୍ରଭାବିତ ହୋଇଥିବା ସୂଚନା ମିଳିଛି। ୭୦ରୁ ଉର୍ଦ୍ଧ୍ବ ଲୋକଙ୍କର ମୃତ୍ୟୁ ଘଟିଛି। ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ଧୁବ୍ରି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସାମରେ ସ୍ଵାଭାବିକଠାରୁ ୮୫ ପ୍ରତିଶତ ଅଧିକ ବର୍ଷା ହୋଇଛି। ୩୫୦୦ ଗାଁ ପ୍ରଭାବିତ ହୋଇଥିବାବେଳେ ୬୩ ହଜାରରୁ ଅଧିକ ଚାଷ ଜମି ଜଳମଗ୍ନ ହୋଇଛି। ସେପଟେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଘଟଣାସ୍ଥଳକୁ ଯାଇ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିବା ଜଣାପଡିଛି। ଆଇଏମଡିର ଆକଳନ ଅନୁଯାୟୀ ୬ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଆସାମ, ଅରୁଣାଞ୍ଚଳ ପ୍ରଦେଶ, ମେଘାଳୟ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories