www.samajalive.in
Friday, December 5, 2025
17.1 C
Bhubaneswar

ରଥଯାତ୍ରା ଅବସରରେ ସୋମବାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର : ଆସନ୍ତା ସୋମବାର ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟ ସରକାର ୮ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ଛୁଟି ଘୋଷିତ ହୋଇଥିବାରୁ ସୋମବାର ଦିନ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଉକ୍ତଦିନ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ରହିବ ବୋଲି କୁହାଯାଇଛି।
ଚଳିତବର୍ଷ ରଥଯାତ୍ରା ଦୁଇଦିନିଆ ପଡୁଥିବାରୁ ସରକାର ୮ ତାରିଖ ସମସ୍ତ ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ଅଦାଲତ ଇତ୍ୟାଦି ବନ୍ଦ ରହିବ ବୋଲି ପୂର୍ବରୁ ରାଜ୍ୟ ସରକାର ଘୋଷଣା କରିଥିଲେ। ଆଜିର ଘୋଷଣା ପରେ ସୋମବାର ସବୁ ସରକାରୀ ପ୍ରତିଷ୍ଠାନ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ସ୍ପଷ୍ଟ ହୋଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories