www.samajalive.in
Wednesday, December 10, 2025
26.1 C
Bhubaneswar

ଡ.ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଜନ୍ମ ଜୟନ୍ତୀ ପାଳିତ

ଚୌଦ୍ୱାର: ଚୌଦ୍ୱାର ୨ନଂ ୱାର୍ଡ ମରହଟ୍ଟା ସାହିରେ ଭାଜପା ଓବିସି ମୋର୍ଚ୍ଚା ପକ୍ଷରୁ ବୀର ହନୁମାନ ଖେଳକୁଦ ଆନୁକୁଲ୍ୟରେ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଜନ୍ମଜୟନ୍ତୀ ଶନିବାର ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ ଯୋଗଦେଇ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ ମାଆ ପାଇଁ ଗଛ ଟିଏ ଯାହାକି ପରିବେଶର ସୁରକ୍ଷା ପାଇଁ କାର୍ଯ୍ୟ କରିବ ସେଥିପାଇଁ ସଚେତନତା କରିବା ସହିତ ପ୍ରତେକ ଘରେ ଗୋଟିଏ ଗଛ ଲଗାଇବା ପାଇଁ ବାର୍ତ୍ତା ପ୍ରଦାନ କରିଥିଲେ। ଏହି ଅବସରରେ ଚାରାରୋପଣ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଓବିସି ମୋର୍ଚ୍ଚା ରାଜ୍ୟ ସାଧାରଣ ସଂପାଦକ ତଥା ଏଫ୍‌‌ସିଆଇର ନିର୍ଦ୍ଦେଶକ ଜ୍ଞାନେନ୍ଦ୍ର ସ୍ୱାଇଁ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ଧିର ରଞ୍ଜନ ସିଂ, ସରୋଜ କୁଅଁର, ସୂର୍ଯ୍ୟନାରାୟଣ ସିଂ, ସୁରେନ ବେହେରା, ଲାଲ ମୋହନ ପରିଡ଼ା, ରମେଶ ନାୟକ, ପ୍ରକାଶ ସାହୁଙ୍କ ସମେତ ବହୁ ଭାଜପା କର୍ମୀ ଅଂଶଗ୍ରହଣ କରିଥିଲେ।

Hot this week

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ; ପିଲାଙ୍କୁ ଛୁଟି କରି ତନାଘନା ଜାରି

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଦିଲ୍ଲୀର ଅନେକ ସ୍କୁଲକୁ ପୁଣି ଥରେ...

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

Related Articles

Popular Categories