www.samajalive.in
Monday, December 8, 2025
13.1 C
Bhubaneswar

ଜିଲା ବିଜେପି କାର୍ଯ୍ୟାଳୟରେ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୟନ୍ତୀ ପାଳିତ

ସମ୍ବଲପୁର: ସମ୍ବଲପୁର ଜିଲା ବିଜେପି କାର୍ଯ୍ୟାଳୟ ଠାରେ ଶନିବାର ଜନସଂଘର ପ୍ରତିଷ୍ଠାତା ତଥା ଜନସଂଘର ପ୍ରଥମ ସଭାପତି ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୟନ୍ତୀ ପାଳନ କରାଯାଇଛି। ସମ୍ବଲପୁର ଜିଲା ସାଧାରଣ ସମ୍ପାଦକ ଅନୀଲ ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ମୁଖାର୍ଜୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା। ବକ୍ତା ମାନେ ତାଙ୍କର ଜୀବନୀ ଓ ନୀତି ଆଦର୍ଶ ଉପରେ ସ୍ମୃତିଚାରଣ କରି ଭକ୍ତିପୁତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲା କୃଷକ ମୋର୍ଚ୍ଚା ସଭାପତି ସମୀର ରଞ୍ଜନ ବାବୁ, ମାନସ ବକ୍ସୀ, ମୋହନ ଦାସ, ଅରୁଣ ଦାସ, ସୌମିତ୍ର ଜତି, ଅନୁପ ମିଶ୍ର, ଧୃବରାଜ ପାଣିଗ୍ରାହୀ, କାହ୍ନୁରାମ ଶର୍ମା, କର୍ଣ୍ଣ ଓରାମ, ସନ୍ତୋଷ ମୁଣ୍ଡା ପ୍ରମୁଖ ଉପସ୍ଥିତ ରହିଥିଲେ।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories