www.samajalive.in
Sunday, December 7, 2025
26.1 C
Bhubaneswar

ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା । ଏହି ଉପଲକ୍ଷେ ଆଜି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ। ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜ ଏକ୍ସ ଆକାଉଣ୍ଟରେ ଲେଖିଛନ୍ତି ରଥଯାତ୍ରା ଉପଲକ୍ଷେ ମୁଁ ସମଗ୍ର ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଉଛି। ଲକ୍ଷ ଲକ୍ଷ ଭକ୍ତ ଆଜି ରଥରେ ୩ ଠାକୁରଙ୍କୁ ଦେଖିବା​‌ ଲାଗି ଉତ୍କଣ୍ଠାର ସହ ଅନାଇ ବସିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ  ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ସମସ୍ତଙ୍କ ସହଭାଗିତାରେ ସମୃଦ୍ଧ ଓଡିଶା ଗଠନ ହେଉ, ଏତିକି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories