www.samajalive.in
Sunday, December 7, 2025
15.1 C
Bhubaneswar

ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା: ଲୋକାରଣ୍ୟ ଶ୍ରୀକ୍ଷେତ୍ର, ଧାର୍ଯ୍ୟ ସମୟ ପୂର୍ବରୁ ଆରମ୍ଭ ହେଲା ପହଣ୍ଡି

ପୁରୀ:  ଆଜି ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା। ରତ୍ନବେଦୀ ଛାଡି ଜନ୍ମବେଦୀକୁ ଯାଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ରଥଯାତ୍ରା ଲାଗି ପୁରା ଲୋକାରଣ୍ୟ ହୋଇଉଠିଛି ବଡଦାଣ୍ଡ। ବିଶ୍ଵର କୋଣ ଅନୁକୋଣରୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଆଜି ପୁରୀକୁ ଛୁଟି ଆସିଛନ୍ତି। ମହାପ୍ରଭୁଙ୍କ ପହଣ୍ଡି ଅପରାହ୍ନ ୧ଟା ୧୦ମିନିଟରୁ ଆରମ୍ଭ କରାଯିବାକୁ ସମୟ ଧାର୍ଯ୍ୟ କରାଯାଇଥିଲା। ମାତ୍ର ଆଜି ଧାର୍ଯ୍ୟ ସମୟ ପୂର୍ବରୁ ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇଛି। ଧାଡି ପହଣ୍ଡିରେ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡି କରି ଯାଇ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ବିଜେ କରିବା ପରେ ବଡଠାକୁର ବଳଭଦ୍ରଙ୍କୁ ରଥାରୂଢ କରାଯାଇଛି । ଶେଷରେ କାଳିଆ ଠାକୁରଙ୍କୁ ପହଣ୍ଡି କରି ରଥକୁ ଅଣାଯାଉଛି। ପହଣ୍ଡି ଶେଷ ହେବା ପରେ ଗଜପତି ମହାରାଜାଙ୍କ ଛେରାପହଁରା ନୀତି ସମ୍ପନ୍ନ ହେବ । ଏହାପରେ ଅପରାହ୍ନ ୫ଟାରୁ ରଥ ଟଣା ଆରମ୍ଭ ହେବ। ପ୍ରବଳ ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories