www.samajalive.in
Saturday, December 13, 2025
26.1 C
Bhubaneswar

ପ୍ରତିରକ୍ଷା କ୍ଷେତ୍ରରେ ଦେଶ ଆତ୍ମନିର୍ଭରଶୀଳ ହୋଇପାରିଛି : ଡିଆରଡିଓ

ନୂଆଦିଲ୍ଲୀ : ଆଜି ଡିଆରଡିଓ ଦିବସ । ୧୯୫୮ ମସିହା ଜାନୂଆରୀ ୧ ତାରିଖରେ ପ୍ରତିରକ୍ଷା ଗବେଷଣା ଓ ଉନ୍ନୟନ ସଂସ୍ଥା(ଡିଆରଡିଓ) ମାତ୍ର ୧୦ଟି ପରୀକ୍ଷାଗାରକୁ ନେଇ ପ୍ରତିଷ୍ଠା କରାଯାଇଥିଲା। ଦେଶର ପ୍ରତିରକ୍ଷା କ୍ଷେତ୍ରରେ ଗବେଷଣାକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ଏହି ସଂସ୍ଥା ପ୍ରତିଷ୍ଠା କରାଯାଇଥିଲା।
ଡିଆରଡିଓର ଅଧ୍ୟକ୍ଷ ଡକ୍ଟର ଜି. ସତୀଶ ରେଡ୍ଡୀ କହିଛନ୍ତି, ଦେଶ କ୍ଷେପଣାସ୍ତ୍ର, ରାଡାର, ସୋନାର ଓ ଟରପେଡୋ ଏବଂ ଆହୁରି ଆନେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇପାରିଛି। ଡିଆରଡିଓ ଦେଶର ସଶସ୍ତ୍ର ବାହିନୀ ପାଇଁ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ନିର୍ମାଣ କରିବାକୁ ବର୍ଷ ବର୍ଷ ଧରି କାର୍ଯ୍ୟ କରି ଆସୁଛି ବୋଲି ସେ କହିଛନ୍ତି। ସେ କହିଛନ୍ତି, ଦେଶୀୟ ଜ୍ଞାନକୌଶଳରେ ନିର୍ମିତ ହାଲୁକା ଲଢୁଆ ‘ତେଜସ’ ଯୁଦ୍ଧ ବିମାନ ଓ ‘ଏୟାରବୋର୍ଣ୍ଣ ୟର୍ଲି ୱାର୍ଣ୍ଣିଂ ଆଣ୍ଡ କଣ୍ଟ୍ରୋଲ ବ୍ୟବସ୍ଥା’କୁ ମଧ୍ୟ ସଶସ୍ତ୍ର ବାହିନୀରେ ଅନ୍ତର୍ଭୁକ୍ତ କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories