www.samajalive.in
Sunday, December 7, 2025
16.1 C
Bhubaneswar

ଖର୍ଚ୍ଚ ବଢିବ, ସଞ୍ଚୟ କମିବ ଜାଣନ୍ତୁ ଆଜି କେଉଁ ରାଶି କଣ କହୁଛି: ସୋମବାର ରାଶିଫଳ

ମେଷ: ଉଦାରଚେତା, ଉଦାର ଚରିତ ଓ ଉଦାର ସ୍ବଭାବସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ରହିଛି।
ବୃଷ: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିଭାବ, ଆଦର, ସମ୍ମାନ ମିଳିବ।
ମିଥୁନ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।
କର୍କଟ: ଶକ୍ତିମାନ୍‌ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ଭୋଜନ ରୁଚିକର ହେବ। କର୍ମଠ, ବିଦ୍ବାନ ଓ ଶାସ୍ତ୍ରଜ୍ଞ ହେବେ।
ସିଂହ: ରାଜଯୋଗ ଅଛି। ଅତ୍ୟୁଚ ଆସନ ଅଳଙ୍କୃତ କରିପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।
କନ୍ୟା:ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। କର୍ମଚଞ୍ଚଳ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ତୁଳା: କୁଳ ପ୍ରଦୀପ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।
ବିଛା: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ପ୍ରବଳ ଉଦ୍ୟୋଗୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ।
ଧନୁ: ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭବାନ୍‌ ହେବେ। ଶତ୍ରୁଙ୍କ ପ୍ରତି ସତର୍କରେ ଚଳିବାକୁ ପଡ଼ିବ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଜଳଯାତ୍ରା ମନା।
ମକର: ଜଣେ ବିଶିଷ୍ଟ ସମାଜସେବୀଭାବେ ସମ୍ମାନିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲଭାଜନକ ହେବ। ପତ୍ନୀଙ୍କ ଉପଦେଶ ଉପାଦେୟ ହେବ। ସେବା କ୍ଷେତ୍ରରେ ନିଜକୁ ସମର୍ପିତ କରିବେ।
କୁମ୍ଭ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। କାର୍ଯ୍ୟାଳୟରେ ସମସ୍ତଙ୍କ ପ୍ରିୟ ହେବେ।
ମୀନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories