www.samajalive.in
Saturday, December 6, 2025
15.1 C
Bhubaneswar

ଓଡ଼ିଆ ଖେଳାଳିଙ୍କ ଲାଗି ୧୫ଲକ୍ଷର ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ୟାରିସ୍‍ ଅଲିମ୍ପିକ୍ସ ପୂର୍ବରୁ ଓଡ଼ିଆ ଖୋଳାଳିଙ୍କ ଲାଗି ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଖେଳାଳି ହେଲେ କିଶୋର ଜେନା ଏବଂ ଅମିତ ରୋହିଦାସ । ଉଭୟଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ପାଇଁ ୧୫ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ୱାରା ସେମାନେ ଶ୍ରେଷ୍ଠ ପ୍ରଦର୍ଶନ ଦେଇ ଦେଶ ପାଇଁ ଗୌରବ ଅର୍ଜନ ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କିଶୋର ଜେନା ଜାଭଲିନ୍‍ ଥ୍ରୋ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ବେଳେ ଅମିତ ରୋହିଦାସ ହକି ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ୨୬ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି କ୍ରୀଡା ମହାକୁମ୍ଭ ଅଲିମ୍ପିକ୍ସ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories