www.samajalive.in
Monday, December 15, 2025
24.1 C
Bhubaneswar

ବୃତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ ମିଳିଲା ଚୂଡାନ୍ତ ଜଙ୍ଗଲ ଅନୁମୋଦନ, ଉପକୃତ ହେବେ ଦଶପଲ୍ଲା ଓ ନୟାଗଡର ଚାଷୀ

ଭୁବନେଶ୍ୱର: ନୟାଗଡ଼ ଜିଲାର ବହୁ ପ୍ରତିକ୍ଷିତ ବୃତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଜଙ୍ଗଲ ଜମି ରେ ଅଣ ଜଙ୍ଗଲ କାର୍ଯ୍ୟ ପାଇଁ ଚୂଡାନ୍ତ ମଞ୍ଜୁରୀ ଦେଇଛି।

ସୂଚନା ଯୋଗ୍ୟ ଯେ, ଦୀର୍ଘ ୩୦ ବର୍ଷ ଧରି ଏହି ଯୋଜନାଟି ଜଙ୍ଗଲ ଅନୁମତି ପାଇଁ ଅପେକ୍ଷା କରିଥିଲା।ଏହି ଅନୁମୋଦନ ପରେ ଜିଲ୍ଲାର କୃଷି ଓ କୃଷକଙ୍କ ହିତ ସାଧନ ପାଇଁ ଏହି ପ୍ରକଳ୍ପଟି ବରଦାନ ସଦୃଶ ହେବ ।

- Advertisement -

୧୫୨୪.୧୭ ହେକ୍ଟର ଅଞ୍ଚଳର ଜଙ୍ଗଲ ଜମିରେ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଥି ନିମନ୍ତେ ଅନୁମତି ମିଳିଛି। ଏହାଦ୍ବାରା ବୃତଙ୍ଗ ଜଳସେଚନ ପ୍ରକଳ୍ପରେ ୨୩,୦୦୦ ହେକ୍ଟର ଅଞ୍ଚଳରେ ଜଳସେଚନ ପ୍ରକଳ୍ପ ଆରମ୍ଭ କରାଯାଇ ପାରିବ।

ସୂଚନା ଯୋଗ୍ୟ ଯେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିକଟରେ ନୂଆ ଦିଲ୍ଲୀ ଗସ୍ତରେ ଯାଇଥିବା ବେଳେ ଏ ସମ୍ପର୍କରେ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ଏଥିପାଇଁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି।

ଏଥିପାଇଁ ସମ ପରିମାଣର ଅଣ ଜଙ୍ଗଲ ଅଞ୍ଚଳ ରେ କ୍ଷତି ପୂରକ ବନୀକରଣ ସହିତ ଅନ୍ୟାନ୍ୟ ନିର୍ଦ୍ଦେଶାବଳୀର ଅନୂପାଳନ କରାଯିବ।

Hot this week

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

Related Articles

Popular Categories