www.samajalive.in
Saturday, December 6, 2025
23.1 C
Bhubaneswar

ବାହାନଗାରେ ପୁଣି ଅଘଟଣ: ଏକ୍ସପ୍ରେସ୍ ଟ୍ରେନ୍ ଧକ୍କାରେ ଦୁଇ ଯୁବକ ମୃତ

ସୋର: ବାଲେଶ୍ଵର ବାହାନଗା ରେଳଷ୍ଟେସନରେ ଅଘଟଣ। ପୁରୀ-ହାଓ୍ବଡା ଏକ୍ସପ୍ରେସ୍ ଟ୍ରେନ୍ ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ବାହାନଗା ଷ୍ଟେସନ ଦାଣ୍ଡହରିପୁର ଷ୍ଟେସନ ଫାଟକ ନିକଟରେ ଦୁଇ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନି। ସେପଟେ କେଉଁ ପରିସ୍ଥିତିରେ ଏଭଳି ଅଘଟଣ ଘଟିଛି , ସେ ନେଇ ରେଲଓ୍ବେ ପୁଲିସ୍ ପକ୍ଷରୁ ତଦନ୍ତ ଜାରି ରହିଛି। ଗତବର୍ଷ ଜୁନ୍ ମାସରେ ବାହାନଗାରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଥିଲା। ଏଥିରେ ଏକାଧିକ ଲୋକଙ୍କର ମୃତ୍ୟୁ ଘଟିଥିଲା। ଯାହା ସମଗ୍ର ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଥିଲା।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories