www.samajalive.in
Wednesday, December 10, 2025
26.1 C
Bhubaneswar

ସଡକ ଦୁର୍ଘଟଣା ପରେ ଉତ୍ତେଜନା, ରାସ୍ତାରୋକ

ପାଟଣା : କେନ୍ଦୁଝର ଜିଲା  ୪୯ନମ୍ବର ଜାତୀୟ ରାଜପଥ  ଝାରବେଲଦା ନିକଟରେ ଟ୍ରକ ଧକ୍କାରେ ଦୁଇ ବାଇକ ଆରୋହୀ ଗୁରୁତର ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଛି । କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକେ ଅପରାହ୍ନ ୫ ଟାରୁ  ରାଜପଥ ଅବରୋଧ କରିଛନ୍ତି । ଗୁରୁତର ବାଇକ ଆରୋହୀ ହେଲେ ବାରିଆ ଥାନା କଞ୍ଚନଡୁମୁରିଆ ଗ୍ରାମର ଦିନେଶ ନାଏକ ଏବଂ ହିମାଂଶୁ ନାଏକ । ଉଭୟ ବାଇକ ଯୋଗେ କେନ୍ଦୁଝରରୁ ଘରକୁ ଫେରୁଥିବା ସମୟରେ ଏକ ଆଇରନ ବୋଝେଇ ଟ୍ରକ ପଛ ପଟୁ ଧକ୍କା ଦେଇଥିଲା । ଉଭୟଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବାବେଳେ ଦିନେଶଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି  । ଘଟଣାସ୍ଥଳରେ ସଦର ଥାନା ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଥିଲେ ମଧ୍ୟ ଉତ୍ୟକ୍ତ ଲୋକେ ଜିଦରେ ଅଟଳ ରହିଛନ୍ତି। ରାଜପଥ ଅବରୋଧ ଯୋଗୁଁ ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ଅଟକି ରହିଛି।

ସରକାରଙ୍କ ନୂଆ ନିଷ୍ପତ୍ତି, ଏହି ରାଜ୍ୟରେ ଶସ୍ତାରେ ମିଳିବ ହାଇବ୍ରିଡ୍ କାର୍

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories