www.samajalive.in
Friday, December 12, 2025
14.1 C
Bhubaneswar

ଆହତଙ୍କୁ ଭେଟିଲେ ପ୍ରଭାତି, ପୃଥ୍ବୀରାଜ; ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଲେ

ପୁରୀ: ପହଣ୍ଡିବେଳେ ବଡ଼ ଠାକୁର ପଡ଼ିଯିବାରୁ ୮ଜଣ ସେବାୟତ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ମେଡ଼ିକାଲରେ ଭର୍ତ୍ତି କାଯାଇଛି। ପହଣ୍ଡି ବେଳେ ବଡ଼ ଠାକୁର ଖସିପଡ଼ିଥିବାବେଳେ ଆହତ ହୋଇଥିବା ସେବାୟତଙ୍କୁ ଆମ୍ବୁଲାନ୍ସ ଯୋଗେ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିବା ସହିତ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ତୁନ୍ତର ଘଟଣାସ୍ଥଳ ପରିଦର୍ଶନ ପାଇଁ ନିର୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ଅନୁଯାୟୀ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ମେଡ଼ିକାଲରେ ଚିକିତ୍ସିତ ହେଉଥିବା ଆହତ ସେବାୟତମାନଙ୍କୁ ଭେଟିଛନ୍ତି। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ଦୁଇ ମନ୍ତ୍ରୀ ପୁରୀ ଗସ୍ତ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ଓ ଆଇନ ମନ୍ତ୍ରୀ ଆହତମାନଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ଏବଂ ଆହତମାନେ ସୁସ୍ଥ ଅଛନ୍ତି ବୋଲି ପ୍ରକାଶ କରିଛନ୍ତି।

ସମସ୍ତ ଆହତଙ୍କ ଅବସ୍ଥା ଭଲ ରହିଥିବା କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ସେପଟେ ଆଇନମନ୍ତ୍ରୀ ମଧ୍ୟ ମେଡିକାଲରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ । ଆହତଙ୍କ ଅବସ୍ଥା ପଚାରି ବୁଝିଥିଲେ ଆଇନମନ୍ତ୍ରୀ । ସମସ୍ତେ ଏବେ ସୁସ୍ଥ ଥିବା ବେଳେ ମହା ପ୍ରଭୁଙ୍କ ଦୟା ସମସ୍ତ ଉପରେ ରହିଛି । ଏବେ ସମସ୍ତ ନୀତିକାନ୍ତି ସୁରୁଖୁରୁରେ ଚାଲିଥିବା କହିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories