www.samajalive.in
Sunday, December 7, 2025
14.1 C
Bhubaneswar

୧୩ରୁ ବଢିବ ବର୍ଷାର ପରିମାଣ: ଉତ୍ତର ଓ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆସନ୍ତା ୧୩ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏପରିକି ୧୩ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମଙ୍ଗଳବାର ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ମଧ୍ୟରେ ରାୟଗଡାରେ ୨୬.୪ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ ଭଦ୍ରକ ୧୪.୧ମି.ମି, ନବରଙ୍ଗପୁର ୧୪ମି.ମି, କୋରାପୁଟ ୧୧.୨ମି.ମି, ପୁରୀ ୯.୪ମି.ମି, ଚାନ୍ଦବାଲି ୪.୪ମି.ମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ହେବା ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାକୁ ବିଜୁଳି ଘଡଘଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜୁନ୍ ପହିଲାରୁ ଜୁଲାଇ ୯ ତାରିଖ ମଧ୍ୟରେ ରାଜ୍ୟରେ ସ୍ବାଭାବିକରୁ ୨୭ପ୍ରତିଶତ ନିଅଣ୍ଟିଆ ବର୍ଷା ହେଲାଣି। ୧୩ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୧୬ ଜିଲାରେ ସ୍ବାଭାବିକରୁ କମ ବର୍ଷା ହୋଇଛି। ବାଲେଶ୍ବର ଜିଲାରେ ସବୁଠୁ ଅଧିକ ନିଅଣ୍ଟିଆ ବର୍ଷା ହୋଇଛି। ଏହି ଜିଲାରେ ସ୍ବାଭାବିକଠାରୁ ୬୨ ପ୍ରତିଶତ କମ୍‌ ବର୍ଷା ହୋଇଛି। ଅନ୍ୟପଟେ ଦେବଗଡ, ସମ୍ବଲପୁର, ସୁବର୍ଣ୍ଣପୁର, ନୟାଗଡ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories