www.samajalive.in
Saturday, December 6, 2025
16.1 C
Bhubaneswar

ୟୁପିରେ ଭୟଙ୍କର ବସ୍ ଦୁର୍ଘଟଣା: ୧୮ ମୃତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶରେ ଭୟଙ୍କର ବସ୍ ଦୁର୍ଘଟଣା। ୧୮ ଯାତ୍ରୀଙ୍କ ମୃତ୍ୟୁ ୩୦ ଗୁରୁତର। ଉତ୍ତରପ୍ରଦେଶର ଉନ୍ନାବରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଜି ଭୋର ସମୟରେ ଆଗ୍ରା-ଲକ୍ଷ୍ମୌ ଜାତୀୟ ରାଜପଥରେ ଏକ ଟ୍ୟାଙ୍କର ଓ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ, ବସ୍‌ଟି ବହୁ ଥର ଓଲଟିବା ସହ ଦୁଇ ଫାଳ ହୋଇ ଯାଇଛି। ଘଟଣାସ୍ଥଳରେ ୧୮ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ୩୦ ଜଣ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଲକ୍ଷ୍ନୌ ମେଡିକାଲରେ ଭର୍ତ୍ତି କରାଯାଇଛି। ବସ୍‌ଟି ବିହାରର ସୀତାମଡ଼ିରୁ ଦିଲ୍ଲୀ ଅଭିମୁଖେ ଯାଉଥିବାବେଳେ ଏଭଳି ଅଘଟଣ ଘଟିଛି। ଦୁର୍ଘଟଣା ଯୋଗୁଁ ଦୀର୍ଘ ସମୟ ପର୍ଯ୍ୟନ୍ତ ରାସ୍ତାରେ ଯାତାୟତ ବନ୍ଦ ହୋଇ ଯାଇଥିଲା। ତୁରନ୍ତ ରାସ୍ତା ସଫା କରିବା ପରେ ଯାନବାହନ ଚଳାଚଳ ସ୍ଵାଭାବିକ ହୋଇଛି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories