www.samajalive.in
Monday, December 8, 2025
16.1 C
Bhubaneswar

ବଡ଼ ଠାକୁର ତଳେ ପଡ଼ିଯିବା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ସମାଜ ଡିଜିଟାଲ ଡେସ୍କ: ଆଡପ ମଣ୍ଡପକୁ ବିଜେ ପାଇଁ ଗତ ମଙ୍ଗଳବାର ରଥରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ସମୟରେ ଅଘଟଣ ଘଟିଥିଲା। ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କୁ ସେବାୟତମାନେ ପହଣ୍ଡି କରି ରଥରୁ ଓହ୍ଲାଉଥିବାବେଳେ ବଡ଼ ଠାକୁର ହଠାତ ଚାରରୁ ଖସିପଡ଼ି ମୁହଁ ମାଡ଼ି ତଳେ ପଡ଼ିଯାଇଥିଲେ। ଏହି ଘଟଣାକୁ ନେଇ ସବୁ ମହଲରେ ଉଦବେଗ ପ୍ରକାଶ ପାଇଥିବାବେଳେ ଏହାର ତଦନ୍ତ କରିବାକୁ ୩ ଜଣିଆ କମିଟି ଗଠନ କରାଯାଇଛି। ବୁଧବାର ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା ବୈଠକରେ ଏ ନେଇ ନିଷ୍ପତ୍ତି ହୋଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ସୂଚନା ଦେଇଛନ୍ତି।

ପୁରୀ ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସପି ଏବଂ କମିଟିର ସଦସ୍ୟମାନେ ଉପସ୍ଥିତ ରହିଥିଲେ। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ପହଣ୍ଡି ସମୟରେ ଘଟିଥିବା ଅଘଟଣର ତଦନ୍ତ କରିବା ସକାଶେ ୩ ଜଣିଆ କମିଟି ଗଠନ କରାଯାଇଛି। କମିଟିରେ ଜଣେ ଏଡିଏମ, ଜଣେ ଉନ୍ନୟନ ପ୍ରଶାସକ ଏବଂ ଜଣେ ଡିଏସପି ରହିବେ। କମିଟି ଘଟଣାର ତଦନ୍ତ କରିବ ଏବଂ ନୀଳାଦ୍ରିବିଜେର ୧୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବ।

- Advertisement -

ସେହିପରି ମୁଖ୍ୟ ପ୍ରଶାସକ ଆହୁରି କହିଛନ୍ତି ଯେ, ଉଚ୍ଚ ସ୍ତରୀୟ କମିଟିର ସୁପାରିଶ କ୍ରମେ ଅନେକ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବାକୁ ପ୍ରସ୍ତାବ ଦିଆଯାଇଛି। ମାତ୍ର କେବେ ରତ୍ନଭଣ୍ଡାର ଖୋଲାଯିବ ସେ ନେଇ ରାଜ୍ୟ ସକରାର ନିଷ୍ପତ୍ତି ନେବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories