www.samajalive.in
Sunday, December 7, 2025
13.1 C
Bhubaneswar

୧୨ରୁ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ: ୧୭ରୁ ପୁଣି ଲଘୁଚାପ

ଭୁବନେଶ୍ବର : ରାଜ୍ୟରେ ଏବେ କାଁ ଭାଁ ବର୍ଷା ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ।  କିନ୍ତୁ ୧୨ ତାରିଖରୁ ତିନିଦିନ ଧରି କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିପାଇଁ ଉତ୍ତର,ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, ରାୟଗଡା, ଗଜପତି, କେନ୍ଦୁଝର ଏବଂ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇଛି। ବୁଧବାର ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ମଧ୍ୟରେ ବାରିପଦାରେ ୧୪.୬ମି.ମି ବର୍ଷା ରେକର୍ଡ ହୋଇଥିବାବେଳେ ଟିଟିଲାଗଡରେ ୯ ମି.ମି, ନୟାଗଡ ୧୩ ମି.ମି, ଭଦ୍ରକ ୪.୪ ମି.ମି ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଝାରସୁଗୁଡା ଏବଂ କେନ୍ଦୁଝର ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୧୭ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ୧୮ରୁ ରାଜ୍ୟରେ ବର୍ଷା ପରିମାଣ ବଢିବ। ପାରାଦ୍ବୀପରୁ ସୁବର୍ଣ୍ଣପୁର ପର୍ଯ୍ୟନ୍ତ ସଂଯୋଗ କରୁଥିବା ସରଳରେଖା ସହ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ୧୫ ଓ ୧୬ ତାରିଖରେ ପୂର୍ବ-ପଶ୍ଚିମ ଟ୍ରଫ ଲାଇନ ସୃଷ୍ଟି ହୋଇ ତା’ର ପୂର୍ବଭାଗ ଉତ୍ତର ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିବା ସମ୍ଭାବନା ରହିଛି। ପୁଣି ଏହି ସମୟରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ, ଯାହାକି ୧୭ରେ ଲଘୁଚାପରେ ପରିମାଣ ହେବା ସମ୍ଭାବନା ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories