www.samajalive.in
Sunday, December 14, 2025
19.1 C
Bhubaneswar

୧୪ରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ: ଆଇନ ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ। ଏହି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନନ୍ଦନ। ପୂର୍ବରୁ ରତ୍ନଭଣ୍ଡାର ୧୪ ତାରିଖରେ ଖୋଲିବା ନେଇ ଯାଞ୍ଚ କମିଟି ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା।

ମିଳିଥିବା ସୂଚନା ଅନୁସାରେ, ପୂର୍ବରୁ ଜୁଲାଇ ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ନେଇ କୁହାଯାଇଥିଲା। ମାତ୍ର ଏହା ପୂର୍ବରୁ ୭ ତାରିଖରେ ରଥଯାତ୍ରା ଥିବାରୁ ଏ ନେଇ କିଛି ସ୍ପଷ୍ଟ ହୋଇପାରି ନ ଥିଲା। ଗତ ବୁଧବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିଥିବାବେଳେ ଯାଞ୍ଚ କମିଟି ପକ୍ଷରୁ ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବାକୁ ପ୍ରସ୍ତାବ ଦିଆଯାଇଥିଲା। ଏହି ପ୍ରସ୍ତାବକୁ ବୈଠକରେ ଅନୁମୋଦନ ମିଳିଥିଲା। ଏହା ପରେ ଗୁରୁବାର ଆଇନମନ୍ତ୍ରୀ ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ୧୪ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ପ୍ରାୟତଃ ସ୍ପଷ୍ଟ ବୋଲି ସେ କହିଛନ୍ତି।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories