www.samajalive.in
Tuesday, December 9, 2025
16.1 C
Bhubaneswar

ପ୍ରଭୁ ବଳଭଦ୍ର ପଡ଼ିଯିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: କହିଲେ, ନିଜେ ଦାୟିତ୍ଵ ନେଇ..

ଭୁବନେଶ୍ଵର: ଆଡ଼ପ ପହଣ୍ଡି ବେଳେ ପ୍ରଭୁ ବଳଭଦ୍ର ପଡ଼ିଯିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ନିଜେ ଦାୟିତ୍ଵ ନେଇ ଏଭଳି ଅଘଟଣର ଯେଭଳି ପୁନରାବୃତ୍ତି ନ ଘଟିବ ତାହା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ନବୀନ।

ଚିଠିରେ ଉଲ୍ଲେଖ ରହିଛି, ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆ ଅସ୍ମିତାର ପ୍ରତୀକ। ଚଳିତ ବର୍ଷ ଆଡ଼ପ ମଣ୍ଡପକୁ ବଡ଼ ଠାକୁରଙ୍କ ପହଣ୍ଡିବେଳେ ଯେଉଁ ଅଘଟଣ ଘଟିଲା, ତାହା ସାରା ବିଶ୍ଵର ଜଗନ୍ନାଥ ପ୍ରେମୀଙ୍କୁ ଗଭୀର ଭାବରେ ବ୍ୟଥିତ କରିଛି। ମୁଁ ମଧ୍ୟ ଏହି ଘଟଣାରେ ଅତ୍ୟନ୍ତ ମର୍ମାହତ। ମହାପ୍ରଭୁଙ୍କ ପହଣ୍ଡିବେଳେ ଏଭଳି ଅଘଟଣ ଅଶୃତପୂର୍ବ। ଏହି ଦୃଶ୍ୟ ଥିଲା ଅତ୍ୟନ୍ତ ହୃଦୟ ବିଦାରକ। ରଥଯାତ୍ରାର ହଜାର ହଜାର ବର୍ଷର ପୁରୁଣା ପରମ୍ପରାରେ ଏଭଳି ଘଟଣା କେବେ ଘଟି ନଥିଲା। ଆଖିରେ ଦେଖି ମଧ୍ୟ ଏଭଳି ଅଘଟଣକୁ ବିଶ୍ଵାସ କରି ହେଲାନାହିଁ।

- Advertisement -

ନବୀନ ଆହୁରି ଲେଖିଛନ୍ତି, ଏଭଳି ସ୍ପର୍ଶକାତର ବିଷୟରେ ରାଜ୍ୟ ମନ୍ତ୍ରୀମଣ୍ଡଳର କିଛି ସଦସ୍ୟ ଯେଭଳି ହାଲୁକା ମନ୍ତବ୍ୟ ଦେଲେ, ତାହା ଜଗନ୍ନାଥ ପ୍ରେମୀଙ୍କ ଦୁଃଖକୁ ଦ୍ଵିଗୁଣିତ କରିଛି। ଭକ୍ତର ଭାବାବେଗକୁ ଗଭୀର ଆଘାତ ଦେଇଛି। ସରକାରଙ୍କ ଏଭଳି ଆଭିମୁଖ୍ୟ ଜଗନ୍ନାଥ ପ୍ରେମୀଙ୍କୁ ଆଶ୍ଵସ୍ତ କରିବାରେ ସମର୍ଥ ହେଲାନାହିଁ। ଏହି ପରିପ୍ରେକ୍ଷୀରେ ମୁଁ ଆପଣଙ୍କୁ ଅନୁରୋଧ କରିବାକୁ ଚାହେଁ ଯେ ଆପଣ ନିଜେ ଦାୟିତ୍ଵ ନେଇ ଏଭଳି ଅଘଟଣର ଯେଭଳି ପୁନରାବୃତ୍ତି ନ ଘଟିବ ତାହା ସୁନିଶ୍ଚିତ କରିବେ। ଏ ଦିଗରେ ଆପଣଙ୍କ ଦୃଷ୍ଟାନ୍ତମୂଳକ ପଦକ୍ଷେପ କୋଟି କୋଟି ଭକ୍ତଙ୍କୁ ଆଶ୍ଵସ୍ତ କରିବାରେ ସହାୟକ ହେବ ବୋଲି ଲେଖିଛନ୍ତି ନବୀନ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories