ଭୁବନେଶ୍ବର : ରାଜ୍ୟରେ ଚିନ୍ତା ବଢାଇଛି ଡେଙ୍ଗୁ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଆଜି ସୁଦ୍ଧା ୪୮୮ ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ୩୩ ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଥିଲେ। କହିରଖୁଛୁ ଗତକାଲି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକରେ ସବୁ ବିଭାଗକୁ ସତର୍କ ରହିବା ପାଇଁ ପରାମର୍ଶ ସହ ମାର୍ଗଦର୍ଶିକା ଜାରି କରାଯାଇଛି। ମଶା ବଂଶ ବୃଦ୍ଧିକୁ ରୋକାଯିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।
ଡେଙ୍ଗୁ ସଂକ୍ରମଣ ସ୍ଥିତି ନେଇ ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ



