www.samajalive.in
Saturday, December 13, 2025
26.1 C
Bhubaneswar

ସାପ କାମୁଡାରେ ନାବାଳକ ମୃତ

ଗୋପାଳପୁର : ଗୋପାଳପୁର ଥାନା ଅନ୍ତର୍ଗତ ଭାବି ନାରାୟଣପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ନାବାଳକର ମୃତ୍ୟୁ ହୋଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ ହୋଇଛି । ସୂଚନା ପ୍ରକାରେ ଭାବି ନାରାୟଣପୁର ଗ୍ରାମର ବି. ଡ଼ମ୍ବୁରୁଧରଙ୍କ ୧୩ ବର୍ଷର ପୁଅ ଗତକାଲି ରାତିରେ ଖାଇ ଶୋଇଥିବାବେଳେ ଏକ ବିଷାକ୍ତ ସାପ ହାତକୁ କାମୁଡି ଥିବା ଜାଣି ପାରି ପରିବାର ଲୋକଙ୍କୁ କହିଥିଲେ । ପରିବାର ଲୋକେ ରାତ୍ର ପ୍ରାୟ ସାଢେ ୨ ଟା ସମୟରେ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲ ନେଇଥିଲେ । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଥିବାବେଳେ ଆଜି ସକାଳ ପ୍ରାୟ ସାଢେ ୬ଟାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏ ନେଇ ବାପା ଡ଼ମ୍ବୁରୁ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପ୍ରକାରେ ପୁଲିସ କେସ ନମ୍ବର ୧୨/୨୪ ଅପମୃତ ମାମଲା ରୁଜୁ କରି ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ପୁଲିସ କହିଛି ।

ପ୍ରଭୁ ବଳଭଦ୍ର ପଡ଼ିଯିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: କହିଲେ, ନିଜେ ଦାୟିତ୍ଵ ନେଇ..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories