www.samajalive.in
Monday, December 8, 2025
17.1 C
Bhubaneswar

ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ବର: ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ଅରବିନ୍ଦ ପାଢ଼ୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ହୋଇଛନ୍ତି। ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଦାୟିତ୍ବ ଦିଆଯାଇଛି। ୧୯୯୬ ମସିହା ବ୍ୟାଚର ଆଏଏସ ଅଫିସର ଅରବିନ୍ଦ ପାଢ଼ୀଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିଛି। ତାଙ୍କର ପ୍ରଶାସିନିକ ଦକ୍ଷତା ରହିଥିବାବେଳେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଓ ନୀଳାଦ୍ରିବିଜେ ନୀତି ଯେଭଳି ସୁରୁଖୁରୁରେ ହେବ ସେହି ଦିଗ ପ୍ରତି ଅରବିନ୍ଦ ପାଢ଼ୀ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ ଏବଂ ଏହା ତାଙ୍କ ପାଇଁ ସବୁଠୁ ବଡ଼ ଚ୍ୟାଲେଞ୍ଜ ରହିବ ବୋଲି ଜଣାପଡ଼ିଛି।

ଏହାପୂର୍ବରୁ ୨୦୧୨ରୁ ୨୦୧୪ରେ ଅରବିନ୍ଦ ପାଢ଼ୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିଲେ। ଏହା ମହାପ୍ରଭୁଙ୍କ ଇଚ୍ଛା ବୋଲି ଦାୟିତ୍ବ ମିଳିବା ପରେ ଅରବିନ୍ଦ ପାଢ଼ୀ ପ୍ରତିକ୍ରିୟା ରଖିଛନ୍ତି।  ନୀତିକାନ୍ତିର ଶୃଙ୍ଖଳା ଓ ମହାପ୍ରଭୁଙ୍କ ପ୍ରଚାର ପ୍ରସାର ଉପରେ ଗୁରୁତ୍ବ ଦେବେ ବୋଲି ସେ ପ୍ରକାଶ କରିଛନ୍ତି।

- Advertisement -

ବର୍ତ୍ତମାନ ଡ. ଅରବିନ୍ଦ ପାଢ଼ୀ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ରହିଛନ୍ତି। ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢ଼ୀଙ୍କୁ ଗୁରୁବାର ନିଯୁକ୍ତି ଦିଆଯାଇଛି। ଏନେଇ ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ଆନୁଷ୍ଠାନିକ ଭାବେ ଏକ ବିଜ୍ଞପ୍ତି ଜାରି କରାଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories