www.samajalive.in
Sunday, December 7, 2025
16.1 C
Bhubaneswar

ଜିଲା ସମତିସଭ୍ୟ ସଂଘ ପକ୍ଷରୁ ସାଂସଦ ଓ ବିଧାୟକଙ୍କୁ ସମ୍ବର୍ଦ୍ଧନା

ଫୁଲବାଣୀ: କନ୍ଧମାଳ ଜିଲା ସମିତି ସଭ୍ୟ ଓ ସଭ୍ୟା ମହାସଂଘ ପକ୍ଷରୁ ନବ ନିର୍ବାଚିତ କନ୍ଧମାଳ ଲୋକସଭା ସାଂସଦ ଓ ଜିଲାର ତିନୋଟି ବିଧାନସଭା ନିର୍ବାଚନ ମଣ୍ଡଳିର ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ମହାସଂଘର ସଭାପତି ବୈଦ୍ୟନାଥ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ସାଂସଦ ସୁକାନ୍ତ ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମା ଚରଣ ମଲିକ, ଜି.ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ବାଲିଗୁଡ଼ା ବିଧାୟକ ଅନ୍ୟ ଏକ କାର୍ଯ୍ୟରେ ଥିବା ଯୋଗୁଁ ସେ ସାମିଲ୍‌‌ ହୋଇ ପାରିନଥିଲେ ବୋଲି ମହାସଂଘ ପକ୍ଷରୁ କୁହାଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ କାର୍ଯ୍ୟକାରି ସଭାପତି ଭାଗ୍ୟବାନ ବେହେରା ସଂଯୋଜନା କରିଥିବା ବେଳେ ଅନ୍ୟତମ ଅତିଥି ଭାବେ ଫିରିଙ୍ଗିଆ ବ୍ଳକ ଅଧ୍ୟକ୍ଷା ନମିତା କହଁର, କ.ନୂଆଗାଁ ବ୍ଳକ ଅଧ୍ୟକ୍ଷା ସୁଲୋଚନା ଦଳବେହେରା, ଉପାଧ୍ୟକ୍ଷ ଧବଳେଶ୍ୱର ପାତ୍ର, ଜିଲା ଉପସଭାପତି ଜୁନେଶ୍‌‌ ଦିଗାଲ, ସୁରଦା ପ୍ରଧାନ, ରାଜ୍ୟ ସଂଘର କାର୍ଯ୍ୟକାରିଣୀ ସଦସ୍ୟ ଜାନକୀ କହଁର ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ ୧୨ ଦଫା ସମ୍ବଳିତ ଦାବିପତ୍ର ସାଂସଦ ଓ ବିଧାୟକ ମାନଙ୍କୁ ପ୍ରଦାନ କରାଯାଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories