www.samajalive.in
Monday, December 8, 2025
14.1 C
Bhubaneswar

ଷ୍ଟେଜରେ ନୃତ୍ୟ ପ୍ରଦର୍ଶନ ବେଳେ ଜୀଅନ୍ତା କୁକୁଡ଼ା ମୁଣ୍ଡ କାମୁଡ଼ି ଖାଇଲେ ଯୁବକ, ଥାନାରେ ମାମଲା

ସମାଜ ଡିଜିଟାଲ ଡେସ୍କ: ଆନ୍ଧ୍ରପ୍ରଦେଶର ଆନାକାପଲ୍ଲୀ ଜିଲାରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜିଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୃତ୍ୟ ପ୍ରଦର୍ଶନ ସମୟରେ ଜଣେ ଯୁବକ ଏକ କୁକୁଡ଼ା ମୁଣ୍ଡ କାମୁଡ଼ି ଖାଉଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଘଟଣାର ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେବା ପରେ ପିପୁଲ ଫର୍ ଏଥିକାଲ ଟ୍ରିଟମେଣ୍ଟ ଅଫ ଆନିମଲ୍ସ (ପେଟା) ପକ୍ଷରୁ ଏତଲା ଦିଆଯାଇଛି। ଏହା ପରେ ଜିଲା ପୁଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ କରାଯାଉଛି। ଭାରତୀୟ ନ୍ୟାୟ ସଂହିତା ଏବଂ ପଶୁ କ୍ରୁରତା ନିରୋଧ ଆଇନ ୧୯୬୦ ଅନୁସାରେ ନୃତ୍ୟ ପ୍ରଦର୍ଶକ ଏବଂ ଆୟୋଜକଙ୍କ ନାମରେ ମାମଲା ରୁଜୁ କରାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories