www.samajalive.in
Thursday, December 11, 2025
13.1 C
Bhubaneswar

କଟକ ଘରୋଇ ନର୍ସିଂ ହୋମ୍ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବେଗ

ଭୁବନେଶ୍ୱର : କଟକର ଏକ ଘରୋଇ ନର୍ସିଂ ହୋମ୍ ରେ ନିଆଁ ଲାଗିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଏହା ଅତ୍ୟନ୍ତ ଦୁଃଖଦ ଘଟଣା। ରୋଗୀମାନଙ୍କ ଜୀବନ ବଞ୍ଚାଉ ଥିବା ସଂସ୍ଥା ଏ ସବୁ ବିଷୟ ପ୍ରତି ଅଧିକ ସଚେତନ ହେବା ଆବଶ୍ୟକ।

ଚିକିତ୍ସିତ ରୋଗୀମାନଙ୍କୁ ଯଥାଶୀଘ୍ର ଅନ୍ୟାନ୍ୟ ଚିକିତ୍ସାଳୟକୁ ନେଇ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ସେ ସ୍ୱାସ୍ଥ୍ୟ ସଚିବ ଓ କଟକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

ଏ ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ନି ନିରାପତ୍ତା ଜନିତ ସମସ୍ତ ନିୟମକୁ କଡାକଡି ପାଳନ କରିବା ପାଇଁ ସେ ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories