www.samajalive.in
Tuesday, December 9, 2025
23.1 C
Bhubaneswar

ସକ୍ରିୟ ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ହେବାକୁ ଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷିବା ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ତୁହାକୁ ତୁହା ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଝାଡଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଉପକୂଳ ଆନ୍ଧ୍ରପ୍ରଦେଶ ମଧ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଶନିବାର ଅପରାହ୍ଣରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଶନିବାର ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ମଧ୍ୟରେ ପାରାଦ୍ବୀପ, ଭୁବନେଶ୍ବର, ଝାରସୁଗୁଡା, ସମ୍ବଲପୁର, ଭବାନୀପାଟଣା, ବଲାଙ୍ଗିର, ଟିଟିଲାଗଡ ଏବଂ ନବରଙ୍ଗପୁର ଆଦି ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାୟଗଡା, କନ୍ଧମାଳ, କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହିତ ସୁନ୍ଦରଗଡ, କେନ୍ଦୁଝର, ଅନୁଗୋଳ, ଦେବଗଡ, ସମ୍ବଲପୁର, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, କଳାହାଣ୍ଡି, ନବରଙ୍ଗପୁର, ଭଦ୍ରକ, ବାଲେଶ୍ବର ଏବଂ ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳ ବର୍ଷିବା ସମ୍ଭାବନା ରହିଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ରବିବାର ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୧୫ରେ ଲଘୁଚାପ ହୋଇପାରେ। ୧୬ରେ ଓଡ଼ିଶାରୁ ରାୟପୁର ଏବଂ ୧୭ରେ ମଧ୍ୟପ୍ରଦେଶ ମୁହାଁ ହେବାର ସମ୍ଭାବନା ରହିଛି। ୧୮ରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୨୦ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସଂଲଗ୍ନ ସମୁଦ୍ରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ୨୧ରେ ଉତ୍ତର ଓଡ଼ିଶା ଏବଂ ୨୨ରେ ଝାଡଖଣ୍ଡ ଆଡକୁ ମୁହଁାଇପାରେ। ଦକ୍ଷିଣ ଓଡ଼ିଶାରେ ଦୁଇଟି ଲଘୁଚାପ ପ୍ରଭାବରେ ଭଲ ବର୍ଷା ହେବ। ଗଞ୍ଜାମ, ନୟାଗଡ, ବଲାଙ୍ଗିର, ନୂଆପଡା ଏବଂ କଳାହାଣ୍ଡିରେ ଅଧିକ ବର୍ଷା ସମ୍ଭାବନା ଥିବାବେଳେ ଉତ୍ତର ଉପକୂଳରେ କମ ବର୍ଷିବ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories