www.samajalive.in
Saturday, December 6, 2025
15.1 C
Bhubaneswar

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ ନେଇ ଉଦବେଗ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଏହି ଘଟଣାକୁ ନିନ୍ଦା କରିବା ସହ ଟ୍ରମ୍ପଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେ କହିଛନ୍ତି ରାଜନୀତି ଓ ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ପେନସିଲଭାନିଆରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର ବେଳେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ ହୋଇଛି। ଗୁଳିମାଡରେ ଟ୍ରମ୍ପ ଆହତ ହୋଇଛନ୍ତି। ତାଙ୍କ ଡାହାଣ କାନରେ ଗୁଳି ବାଜିଛି। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିମାଡରେ ସନ୍ଦିଗ୍ଧ ଆକ୍ରମଣକାରୀର ମଧ୍ୟ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଚିକିତ୍ସା ପରେ ଟ୍ରମ୍ପଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ସେପଟେ ଏହି ଘଟଣାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ନିନ୍ଦା କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories