www.samajalive.in
Friday, December 5, 2025
27.1 C
Bhubaneswar

ସମାଜ ପକ୍ଷରୁ ରକ୍ତଦାନ ଶିବିର ଏବଂ ଚାରା ରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ଵର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ ଅବସରରେ ସମାଜ ଏବଂ ଲୋକସେବକ ମଣ୍ଡଳ ପକ୍ଷରୁ ଆଜି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି। କଳ୍ପନା ଛକ ନିକଟ ବିଏମସି ୪୫ ନମ୍ବର ଓ୍ବାର୍ଡ କାର୍ଯ୍ୟାଳୟରେ ରକ୍ତଦାନ ଶିବିର ସାଙ୍ଗକୁ  ନିକଟରେ ଥିବା ଉଦ୍ୟାନରେ ଚାରା ରୋପଣ କାର୍ଯ୍ୟକ୍ରମ କରାଯାଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଓ ଅନ୍ୟାନ୍ୟ ଅତିଥି ରକ୍ତଦାନ ଶିବିରକୁ ଶୁଭାରମ୍ଭ କରିଛନ୍ତି। ସକାଳ ୯ଟାରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।  ବିଭିନ୍ନ ସ୍ଥାନରୁ ବହୁ ସଂଖ୍ୟାରେ ଜନସାଧାରଣ ଆସି ରକ୍ତଦାନ କରିଛନ୍ତି।  ଜଙ୍ଗଲ ଓ ପରିବେଶ ମନ୍ତ୍ରୀ, ପୁଲିସ ଆୟୁକ୍ତ, ମେୟର, ଖୋର୍ଦ୍ଧା, ଏକାମ୍ର ବିଧାୟକ ଏବଂ ସମାଜର ମୁଖ୍ୟ ପରିଚାଳକ ଶିବରାମ ମିଶ୍ର ପ୍ରମୂଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

 

Hot this week

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

Related Articles

Popular Categories