www.samajalive.in
Friday, December 5, 2025
27.1 C
Bhubaneswar

ବିଦ୍ୟୁତ ଆଘାତରେ ୧୦ ଶିଶୁ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ବିଦ୍ୟୁତ ଆଘାତରେ ୧୦ ଶିଶୁ ଗୁରୁତର ଆହତ ହୋଇଛନ୍ତି। ଗଞ୍ଜାମ ଜିଲା ଦିଗପହଣ୍ଡି ଅନ୍ତର୍ଗତ ଫାଶୀଗୁଡ଼ା ଗ୍ରାମରେ ଏହି ଅଘଟଣ ଘଟିଛି। ଅସୁସ୍ଥ ପିଲାମାନଙ୍କୁ ପ୍ରଥମେ ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଗୁରୁତର ଥିବା ୪ ପିଲାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ, ଗ୍ରାମରେ ଠାକୁରାଣୀ ଯାତ୍ରା ଚାଲିଥିଲା। ଯାତ୍ରା ସମୟରେ ରାମାୟଣ ନାଟକ ପରିବେଷଣ ହେଉଥିଲା। ଷ୍ଟେଜରେ ନାଟକ ପରିବେଷଣ ସମୟରେ ବିଦ୍ୟୁତ ତାର ଲାଗିଯିବା ଫଳରେ ପିଲାମାନେ ଆହତ ହୋଇଥିବା ଜଣାପଡ଼ିଛି। ସମସ୍ତ ପିଲାଙ୍କ ବୟସ ୭ରୁ ୧୨ ବର୍ଷ ମଧ୍ୟରେ ହେବ ବୋଲି ସୂଚନା ମିଳିଛି।

Hot this week

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

Related Articles

Popular Categories