www.samajalive.in
Monday, December 8, 2025
24.1 C
Bhubaneswar

ଜବାହର ନବୋଦୟ ବିଦ୍ୟାଳୟରେ ଅଭିଭାବକ-ଶିକ୍ଷକ ସମ୍ମିଳନୀ

 ବୌଦ୍ଧ:  ପାଲଝାର ସ୍ଥିତ ବୌଦ୍ଧ ଜବାହାର ନବୋଦୟ ବିଦ୍ୟାଳୟରେ ଅଭିଭାବକ-ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ସୁରେଶ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିକ୍ଷକ ଦୀପକ କୁମାର, ଅଙ୍କିତା ନନ୍ଦୀ, ନିରୁପମା ନାଏକ, ଅମରେନ୍ଦ୍ର ବିନ୍ଦ, ବି.କେ.ବଡ଼ତିଆ ଅଲେଖ ତ୍ରିପାଠୀ ପ୍ରମୁଖ ବିଦ୍ୟାଳୟର ସଫଳତା ଓ ଛାତ୍ରଛାତ୍ରୀମାନଙ୍କ କୃତିତ୍ୱ ସମ୍ପର୍କରେ ଉପସ୍ଥିତ ଅଭିଭାବକ ମାନଙ୍କୁ ସୁଚନା ଦେଇଛନ୍ତି।
ଚଳିତ ବର୍ଷର ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ଶତ ପ୍ରତିଶତ ପାସ୍ ହାର ରହିଥିବା ସୂଚନା ଦେଇଥିଲେ । ତତସହିତ ଆଗାମୀ ଦିନରେ ହେବାକୁ ଥିବା ବିଦ୍ୟାଳୟର ଶୈଖିକ ପରିବେଶରେ ଉନ୍ନତ୍ତି, ବିଦ୍ୟାଳୟ ପରିସରର ସୌନ୍ଦର୍ଯ୍ୟ କରଣ ସମ୍ପର୍କିତ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ । ଛାତ୍ର ଛାତ୍ରୀ ମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଅଭିଭାବକ ଓ ଛାତ୍ରଛାତ୍ରୀ ମାନଙ୍କ ପକ୍ଷରୁ ହୋଇଥବା ଅଭିଯୋଗ ଗୁଡିକ ସମ୍ପର୍କରେ ଆଲୋଚନା ହୋଇଥିଲା ।କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ଅଂଚଳରୁ ଆସିଥିବା ଅଭିଭାବକ ମାନେ ଅଂଶଗ୍ରହଣ କରିଥିଲେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories