www.samajalive.in
Saturday, December 6, 2025
19.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା: ବସ୍‌କୁ ଧକ୍କା ଦେଲା ଟ୍ରକ୍ , ୬ ମୃତ

ନୂଆଦିଲ୍ଳୀ: ଗୁଜରାଟର ଆନନ୍ଦ ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ଛିଡା ହୋଇଥିବା ବସ୍‌କୁ ଧକ୍କା ଦେଲା ଟ୍ରକ୍ , ୬ ମୃତ।  ଅହମ୍ମଦାବାଦ-ଭଡୋଦରା ଏକ୍ସପ୍ରେସ ଜାତୀୟ ରାଜରଥରେ ଏକ ଟ୍ରକ ଏବଂ ବସ୍‌ ମୁହାଁମୁହିଁ ଧକ୍କା  ହୋଇଛି। ଏଥିରେ ୬ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆଜି ଭୋର ପ୍ରାୟ ୪ଟା ସମୟରେ ଟାୟାର ପମ୍ପଚର ହେବାରୁ ଗାଡିଟି ରାସ୍ତାକଡ​‌ରେ ଛିଡା ହୋଇଥିଲା। ଏତିକିବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ବସ୍‌ଟିକୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୬ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ୮ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇଁ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

 

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories