www.samajalive.in
Monday, December 8, 2025
24.1 C
Bhubaneswar

ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ସୋମବାର ଜନସାଧାରଣଙ୍କ ଅଭିଯୋଗ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅଭିଯୋଗ ଶୁଣାଣି ସମୟରେ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ବିଭିନ୍ନ ବିଭାଗୀ ମନ୍ତ୍ରୀମାନେ ବି ଉପସ୍ଥିତ ଥିଲେ। ବିଭିନ୍ନ ସମସ୍ୟା ନେଇ ରାଜ୍ୟର କୋଣଅନୁକୋଣରୁ ଆସିଥିବା ଜନସାଧାରଣ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିଜର ଅଭିଯୋଗ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣିବା ସହିତ ତାହାର ସମାଧାନ ଲାଗି ବିଭିନ୍ନ ବିଭାଗକୁ ନିର୍ଦେଶ ଦେଇଥିଲେ।

ପୂର୍ବାହ୍ନ ୧୧ଟାରୁ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଥିଲା। ଏହା ପୂର୍ବରୁ ସକାଳ ୮ଟାରୁ ପଞ୍ଜୀକରଣ ଆରମ୍ଭ ହୋଇଯାଇଥିଲା। ମଧ୍ୟାହ୍ନ ୧୨ଟା ଯାଏ ପଞ୍ଜୀକରଣ ଚାଲିଥିଲା। ଗତ ଜୁଲାଇ ୧ତାରିଖରୁ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଲୋକମାନେ ଇ-ମେଲ ଏବଂ ମେସେଜ ଜରିଆରେ ନିଜ ଅଭିଯୋଗ ପଠାଇପାରିବେ। ପ୍ରତି ସୋମବାର ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି।

- Advertisement -

 

Hot this week

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

Related Articles

Popular Categories